ଜାନୁଆରୀ ୨୨ରେ ଉଦଘାଟିତ ହେବ ରାମ ମନ୍ଦିର

0

(ବିପ୍ଲବୀ ପରିକ୍ରମା ବ୍ୟୁରୋ);୨୦୨୪ ଜାନୁଆରୀ ୨୨ରେ ହେବ ଅଯୋଧ୍ୟା ରାମ ମନ୍ଦିର ଉଦଘାଟନ କାର୍ଯ୍ୟକ୍ରମ । ୨୨ ତାରିଖ ଦିନ ୧୨ଟା ୩୦ରେ ହେବ ଉଦଘାଟନ କାର୍ଯ୍ୟକ୍ରମ । ଉଦଘାଟନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ। ଆଜି ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସଦସ୍ୟମାନେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କରିଥିଲେ। ସଦସ୍ୟମାନେ ପ୍ରଧାନମନ୍ତ୍ରୀଙ୍କୁ ମନ୍ଦିରର ପ୍ରାଣ ପ୍ରତିଷ୍ଠାନ କାର୍ଯ୍ୟକ୍ରମରେ ସାମିଲ ହେବାକୁ ନିମନ୍ତ୍ରଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଏହାକୁ ଗ୍ରହଣ କରି ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବେ ବୋଲି କହିଛନ୍ତି।ଭେଟଘାଟ ପରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସୋଶାଲ ମିଡିଆ ଆକାଉଣ୍ଟ ଏକ୍ସରେ କହିଛନ୍ତି ଯେ “ଜୟ ଶିୟାରାମ। ଆଜିର ଦିନ ଅନେକ ଭାବନରେ ପୂରି ଯାଇଛି। ଏବେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପଦାଧିକାରୀମାନେ ମୋତେ ଭେଟିବା ପାଇଁ ମୋ ବାସଭବନକୁ ଆସିଥିଲେ। ସେମାନେ ମୋତେ ଶ୍ରୀରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ଆଯୋଧ୍ୟା ଆସିବାକୁ ନିମନ୍ତ୍ରଣ କରିଛନ୍ତି। ମୁଁ ନିଜକୁ ବହୁତ ଧନ୍ୟ ମନେ କରୁଛି। ମୋ ଜୀବନକାଳ ମଧ୍ୟରେ ମୁଁ ଏପରି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ବନିବାକୁ ଯାଉଥିବାରୁ ନିଜକୁ ସୌଭାଗ୍ୟ ମନେ କରୁଛି।”ଟ୍ରଷ୍ଟ ପକ୍ଷରୁ କୁହାଯାଇଛି ଯେ ଜାନୁଆରୀ ୨୨ରେ ପ୍ରଧାନମନ୍ତ୍ରୀ ମୋଦି ଶ୍ରୀ ରାମ ଜନ୍ମଭୂମି ମନ୍ଦିରରେ ଭଗବାନ ଶ୍ରୀରାମ ଲଲାଙ୍କ ବିଗ୍ରହର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ କରିବେ।ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଚାଲିଥିବା ୩ ମହଲା ବିଶିଷ୍ଟ ଭବ୍ୟ ରାମ ମନ୍ଦିରର କାମ ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ଶେଷ ହେବ।

 

LEAVE A REPLY

Please enter your comment!
Please enter your name here