୧୬ ଯାଏଁ ତାତି : ୪୦ଂ ଉପରେ ୧୯ ସହର

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ତାତିରୁ ଏବେ ନିସ୍ତାର ମିଳିବ ନାହିଁ। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଉଷ୍ମ ଓ ଆର୍ଦ୍ର ଅବସ୍ଥା ଲାଗି ରହିବ। ଅଧିକାଂଶ ସହରରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ଉପରେ ରହିବାକୁ ଥିବା ବେଳେ ପଶ୍ଚିମ ଓଡ଼ିଶାରେ ୪୫ ଡିଗ୍ରି ଟପିଯିବ। ଉପକୂଳରେ ଉଷ୍ମ ଅବସ୍ଥା ଲାଗିରହିବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା‌ ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୬ ଓ ୧୭ ତାରିଖରେ ଦକ୍ଷିଣ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଆଜି ସାରା ରାଜ୍ୟରେ ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ୧୯ଟି ସହରର ତାପମାତ୍ରା ୪୦ ଡିଗ୍ରି କିମ୍ବା ତା’ଠାରୁ ଅଧିକ ରହିଥିଲା l ଭୁବନେଶ୍ୱରରେ ଚଳିତବର୍ଷର ସର୍ବୋଚ୍ଚ ତାପମାତ୍ରା ୪୦.୭ ଡିଗ୍ରି ରେକର୍ଡ ହୋଇଛି।

LEAVE A REPLY

Please enter your comment!
Please enter your name here