୧୭ଟି ମାଉଜର ଜବତ,୧୮ଅଭିଯୁକ୍ତ ଗିରଫ

0

ଗଞ୍ଜାମ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଗତ ଦୁଇ ସପ୍ତାହରେ ପୋଲିସର ସ୍ପେଶାଲ ଡ୍ରାଇଭରେ ମିଳଲା ବଡ଼ ସଫଳତା,୧୭ଟି ମାଉଜର, ୬୬ଟି ଅଫୁଟା ଗୁଳି ସହିତ ୧୬ ମୋବାଇଲ ଜବତ,୧୮ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ, ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରରେ ଏ ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଦକ୍ଷିଣାଞ୍ଚଳ ଆଇଜି ନିତି ଶେଖର l

ଆରମ୍ଭ ହେଲା ପୋଲିସ ର ଅପରାଧ ସଫେଇ ଅଭିଯାନ! ଗଞ୍ଜାମ ଜିଲ୍ଲାରେ ଅପରାଧୀଙ୍କ କାର୍ଯ୍ଯକଳାପ କୁ ନେଇ ବାରମ୍ବାର ପୋଲିସ ର ସୁରକ୍ଷା ବ୍ଯବସ୍ଥା ଉପରକୁ ଅଙ୍ଗୁଳି ଉଠିବା ପରେ ଏବେ ଆକ୍ସନ ମୋଡ ରେ ପୋଲିସ। ଜିଲ୍ଲାରେ ବନ୍ଧୁକ ଧରି ଆତଙ୍କ ରଚିବା ସହ ପୋଲିସ କୁ ଖୋଲା ଚ୍ୟାଲେଞ୍ଜ ଦେବାର ଯୋଜନା କରୁଥିବା ୧୮ ଅଭିଯୁକ୍ତ କୁ କାବୁ କରି ୧୭ ଟି ବନ୍ଧୁକ ୬୬ ଟି ଅଫୁଟା ଗୁଳି ସହ ବହୁ ମାରଣାସ୍ତ୍ର ଜବତ କରିଛି ପୋଲିସ। ଗଞ୍ଜାମ ପୋଲିସ ଜିଲ୍ଲାର ଏହି ଅଭିଯାନ ପୋଲିସ କୁ ଆଗକୁ ସାମନ୍ଯ ଆଶ୍ବସ୍ତ ଦେବ ବୋଲି ଅନୁମାନ କରାଯାଉଥିବା ବେଳେ ବ୍ରହ୍ମପୁର ପୋଲିସ ଜିଲ୍ଲାରେ ଏହି ଅଭିଯାନ କେବେ ହାତକୁ ନିଆଯିବ ତାହା ଉପରେ ସମସ୍ତଙ୍କ ନଜର।

LEAVE A REPLY

Please enter your comment!
Please enter your name here