ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଜି ବି ସାରା ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ପ୍ରବଳ ବର୍ଷା ସହ କିଛି କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ । ଏଥିପାଇଁ ୩୦ ଜିଲ୍ଲାକୁ ବଜ୍ରପାତ ଓ ପବନ ବହିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିପାରେ । ଏହି ସମୟରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ବୋହିବା ନେଇ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ବର୍ଷା ପବନ ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଲା ସମ୍ବଲପୁର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଦେବଗଡ଼ । ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କିଛି ସ୍ଥାନରେ ପ୍ରବଳ ବର୍ଷା ସହ କାଁ ଭାଁ ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଝଡ଼ ତୋଫାନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।