ପ୍ରୟାଗରାଜ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ବୁଧବାର ମୌନୀ ଅମାବାସ୍ୟା ଥିବାରୁ ଅମୃତ ସ୍ନାନ ରହିଥିଲା । ଏଥିପାଇଁ ସଙ୍ଗମରେ ଶ୍ରଦ୍ଧାଳୁଙ୍କ ଭିଡ଼ମଙ୍ଗଳବାର ବିଳମ୍ବିତ ରାତିରୁ ବଢ଼ିଥିଲା । ଆଉ ବିଳମ୍ବିତ ରାତି ପ୍ରାୟ ୧ଟାରେ ଦଳାଚକଟା ପରେ ଅମୃତ ସ୍ନାନକୁ ବାତିଲ୍ କରି ଦିଆଯାଇଛି । ପ୍ରୟାଗରାଜ ମହାକୁମ୍ଭରେ ହୋଇଥିବା ଦଳାଚକଟାରେ ୩୦ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୬୦ ଜଣ ଆହତ ହୋଇଛନ୍ତି । ମୃତକମାନଙ୍କ ମଧ୍ୟରୁ ୨୫ ଜଣଙ୍କ ପରିଚୟ ଜଣାପଡ଼ିଛି । ଦୁର୍ଘଟଣାର ୧୬ ଘଣ୍ଟା ପରେ ମେଳା ପ୍ରଶାସନ ତଥ୍ୟ ପ୍ରକାଶ କରିଛି ।
ତେବେ ଦୁର୍ଘଟଣା ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତୁରନ୍ତ ଆବଶ୍ୟକୀୟ ସହାୟତା ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି ।