୪୮ ଘଣ୍ଟା ପ୍ରବଳ ଶୀତ: ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଜାଡ଼ରେ ଥରୁଛି ସାରା ଓଡି଼ଶା । ୩ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ରାଜ୍ୟରେ ଆହୁରି ୪୮ ଘଣ୍ଟା ଯାଏଁ ଶୀତ ଲହରୀ ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆଗାମୀ ୨ ଦିନ ଯାଏଁ ଶୀତରେ ଥରିବ ଆଭ୍ୟନ୍ତରୀଣରୁ ଉପକୂଳ ଓଡି଼ଶା । ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡା ଓ ସୁନ୍ଦରଗଡକୁ ଶୀତ ଲହରୀ(Cold Wave) ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ମଧ୍ୟ ଝାରସୁଗୁଡା, ଅନୁଗୋଳ ଓ ସୁନ୍ଦରଗଡ଼ ଆଦି ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଏହାସହ ଆସନ୍ତା ୨୪ ଘଣ୍ଟାରେ କଳାହାଣ୍ଡି, ବଲାଙ୍ଗୀର, ସୁନ୍ଦରଗଡ଼ ଓ କନ୍ଧମାଳର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ପଡ଼ିବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ସେପଟେ ଆଗାମୀ ୨ ଦିନ ପାଇଁ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ହେବାର ନାହିଁ, ପରେ ୩ ରୁ ୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବା ନେଇ ବିଭାଗ ଆକଳନ କରିଛି ।

 

ଅନ୍ୟପଟେ ଗତ ୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ଝାରସୁଗୁଡ଼ା ଓ ରାଉରକେଲାରେ ୬.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଜି ଉଦୟଗିରିରେ ୬.୦୬ ଡିଗ୍ରୀ ସେଲସିୟସ ରହିଛି । ସେହିପରି ଭୁବନେଶ୍ଵରରେ ୧୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । କଟକରେ ୧୧.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଫୁଲବାଣୀ ଓ ଦାରିଙ୍ଗବାଡି ୮.୫ ଡିଗ୍ରୀ ସେଲସିୟସ, ଅନୁଗୁଳ ୯.୦, କେନ୍ଦୁଝର ୯.୨ , ସୁନ୍ଦରଗଡ଼ ଓ ଭବାନୀପାଟଣା ୯.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ୧୦ ଡିଗ୍ରୀ ତଳେ ଟିଟିଲାଗଡରେ ୨.୬, ଜଗତସିଂହପୁରରେ ୨.୨, ଦାରିଙ୍ଗବାଡି ୨.୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

LEAVE A REPLY

Please enter your comment!
Please enter your name here