ଗଜପତି ଜିଲ୍ଲା ଗସ୍ତରେ ୫ଟି ଅଧ୍ୟକ୍ଷ: ନୂଆ-ଓ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଦେଲେ ସଫଳତାର ଟିପ୍ସ

0

ଗଜପତି ( ବିପ୍ଲବୀ ପରିକ୍ରମା ):- ଗଜପତି ଜିଲ୍ଲା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ୫ଟି ଅଧ୍ୟକ୍ଷ । ଏଠାରେ ଛାତ୍ରଛାତ୍ରୀଙ୍କୁ ଜୀବନରେ ସଫଳ ହେବାକୁ ଦେଇଛନ୍ତି ସକସେସ୍ ଟିପ୍ସ , ପାଠପଢା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ଉପରେ ଗୁରୁତ୍ବାରୋପ କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ପାଠପଢା ସହ ଅନ୍ତର୍ନିହିତ ପ୍ରତିଭାର ବିକାଶ ହୋଇପାରିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବ୍ୟକ୍ତିତ୍ବର ବିକାଶ ହେବ, ଆଉ ଏହି ବ୍ୟକ୍ତିତ୍ବ ବୃଦ୍ଧି କରିବାକୁ ଏହି ନୂଆ ଓ କାର୍ଯ୍ୟକ୍ରମ ବୋଲି କହିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।

ସେହିପରି ଶାରିରୀକ ବ୍ୟାୟାମ ସହ ଦୈନିକ ୧୫ ମିନିଟ ଧ୍ୟାନ କରିବା ଆବଶ୍ୟକ ଏବଂ ୫ ବର୍ଷ ପରିଶ୍ରମ କଲେ ୫୦ ବର୍ଷ ଖୁସିରେ ରହିବ ଏବଂ ତୁମ ମାନଙ୍କ ଭବିଷ୍ୟତ ଉଜ୍ଜଳ ହେଲେ ଓଡ଼ିଶାର ଭବିଷ୍ୟତ ଉଜ୍ଜଳ ହେବ ବୋଲି କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

ସେହିପରି ଲକ୍ଷ୍ମୀ ବସ ଉପରେ ମଧ୍ୟ କହିବାକୁ ଯାଇ କହିଛନ୍ତି ଯେ, ଗଜପତି ଜିଲ୍ଲାରେ ଲକ୍ଷ୍ମୀ ଯୋଜନାରେ ବସ୍ ଚାଲିଛି। ଖୁବ୍ ଶୀଘ୍ର ଭତ୍ତା ସହ ଆଶା, ଅଙ୍ଗନବାଡ଼ି ଦିଦି, ସ୍ବଚ୍ଛ ସାଥୀଙ୍କ ଦରମା ବୃଦ୍ଧି ନେଇ ଖୁସି ଖବର ଦେବେ ମୁଖ୍ୟମନ୍ତ୍ରୀ। ପ୍ରତି ପଞ୍ଚାୟତରେ ମିଳିବ ବ୍ୟାଙ୍କସେବା ସୁବିଧା । ଗ୍ରାମାଞ୍ଚଳରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ନଥିବା ଲୋକଙ୍କୁ ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ଆବେଦନ କରିବାକୁ କହିଛନ୍ତି ୫ଟି ଅଧ୍ୟକ୍ଷ। ଗାଁର ପ୍ରତି ପରିବାରକୁ ମିଳିବ ସ୍ବାସ୍ଥ୍ୟକାର୍ଡ। ଗରିବ ଜନତାଙ୍କ ପରିବାରରେ ବଡ଼ ରୋଗ ଆସିଲେ ଦୃଢ ଇଚ୍ଛାଶକ୍ତି ସହ ମୁକାବିଲା କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସଶକ୍ତ କରୁଛନ୍ତି। ଏହି ସରକାର ଲୋକଙ୍କ ସରକାର । ଭଲ କାମ କରି ନୂଆ ଓଡ଼ିଶା ଗଠନ କରିବାକୁ ଆହ୍ବାନ ଦେଇଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

LEAVE A REPLY

Please enter your comment!
Please enter your name here