ବ୍ରହ୍ମପୁରରେ ୭ ଜଣ କୁଖ୍ୟାତ ଅପରାଧୀ ଗିରଫ, ୫ଟି ପିସ୍ତଲ, ୪୦ରୁ ଅଧିକ ଜୀବନ୍ତ ଗୁଳି ସହ ବୋମା ଜବତ

0

ବ୍ରହ୍ମପୁର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ରାଜ୍ୟରେ ଦିନକୁ ଦିନ ଅପରାଧ ଆଉ ଅପରାଧିକ ମାମଲା ବଢ଼ିବାରେ ଲାଗିଛି l ଆଇନକୁ ଖୋଲା ଚ୍ୟାଲେଞ୍ଜ ଦେଇ ଅପରାଧୀ ଚଳାଇଛି ଖୁଲମ ଖୁଲା ଅପରାଧ l ଏକ ପ୍ରକାର ପୋଲିସ ପ୍ରଶାସନର ନିଦ ହଜାଇଦେଇଥିବା ବେଳେ ଏ ନେଇ ଗଞ୍ଜାମ ଜିଲ୍ଲା ବିଶେଷ କରି ବ୍ରହ୍ମପୁର ସହର ରେ ଅପରାଧୀଙ୍କୁ ଖୋଜି ଠାବ କରିବା ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଥିଲା ବ୍ରହ୍ମପୁର ପୋଲିସ ପାଇଁ କିନ୍ତୁ ଏହି ଚ୍ୟାଲେଞ୍ଜ କୁ ଗୁରୁତର ସହ ନେଇ ବ୍ରହ୍ମପୁର ଏସପି ଡ଼ା ଶ୍ରବଣl ବିବେକ ଏମ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସ୍ୱତନ୍ତ୍ର ଟିମ ଗଠନ କରି ଅପରାଧୀମାନଙ୍କ ଚେର କୁ ଗୋଟେ ପରେ ଗୋଟେ କରି ଧରିବାରେ ସଫଳ ହୋଇଛି ବ୍ରହ୍ମପୁର ପୋଲିସ ପ୍ରଶାସନ l

ବ୍ରହ୍ମପୁରରେ ଚାଲିଛି ଅପରାଧିଙ୍କ ବିରୋଧରେ ସ୍ୱତନ୍ତ୍ର ଅଭିଯାନ l ତେବେ ଏସପି ଙ୍କ ନିର୍ଦେଶ କ୍ରମେ ଗୋଶାଣୀନୂଆଗାଁ ଏବଂ ବୈଦ୍ୟନାଥ ପୁର ପୋଲିସ ର ମିଳିତ ଉଦ୍ୟମରେ ଶନିବାର ବ୍ରହ୍ମପୁର ସହରରେ ୭ ଜଣ କୁଖ୍ୟାତ ଅପରାଧୀ ଙ୍କୁ ଗିରଫ କରିବାରେ ସଫଳ ହୋଇଥିବା ବେଳେ ସେମାନଙ୍କ ଠାରୁ ୫ଟି ପିସ୍ତଲ, ୪୦ରୁ ଅଧିକ ଜୀବନ୍ତ ଗୁଳି ସହ ନଗଦ ୧,୧୧,୫୦୦ ଟଙ୍କା,ଗୋଟିଏ ମହେନ୍ଦ୍ର ଟିୟୁଭି ୩୦୦ ଏବଂ ଅନେକ ବୋମା ଜବତ କରାଯାଇଛି l

ତେବେ ସେମାନଙ୍କ ମଧ୍ୟରୁ ୫ ଜଣ ଗୋଶାଣୀନୂଆଗାଁ ଅଞ୍ଚଳରୁ ହୋଇଥିବା ବେଳେ ବଳକା ୨ ଜଣ ଅପରାଧୀ ବୈଦ୍ୟନାଥ ପୁର ଥାନା ଅଂଚଳର ବୋଲି ବ୍ରହ୍ମପୁର ଏସପି ଡ଼ା ଶ୍ରବଣା ବିବେକ ଏମ ସୂଚନା ଦେଇଛନ୍ତି l

LEAVE A REPLY

Please enter your comment!
Please enter your name here