ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର। ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ପ୍ରମୁଖ ଶୈବପୀଠ। ସକାଳୁ ସକାଳୁ ବିଭିନ୍ନ ଶିବମନ୍ଦିରରେ ଲାଗିଛି କାଉଡ଼ିଆଙ୍କ ଲମ୍ବା ଧାଡ଼ି। ଧାଡ଼ିବାନ୍ଧି ଲାଇନରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରି ଆଶିଷ ଭିକ୍ଷା କରୁଛନ୍ତି ଭକ୍ତ। ରାଜଧାନୀ ଭୁବନେଶ୍ୱରର ଆରାଧ୍ୟ ଲିଙ୍ଗରାଜ, ପୁରୀର ମହାପ୍ରଭୁ ଲୋକନାଥ, ଢେଙ୍କାନାଳର କପିଳାସ, କଟକର ଧବଳେଶ୍ବର ପୀଠ ଭଦ୍ରକ ଆରଡ଼ିର ଆଖଣ୍ଡଳମଣୀ ଓ ନୟାଗଡ଼ର ଲଡ଼ୁବାବାଙ୍କ ପୀଠ ଭଳି ପ୍ରମୁଖ ଶୈବପୀଠରେ ବଡ଼ି ଭୋରରୁ କାଉଡ଼ିଆମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ଅନେକ ଶ୍ରଦ୍ଧାଳୁ ଚାଲି ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିଛନ୍ତି। ଶ୍ରାବଣ ମାସରେ ଦେବ ଦେବ ମହାଦେବଙ୍କୁ ଜଳ ଲାଗି ଗଲେ ସମସ୍ତ ମାନସିକ ପୂରଣ ହୁଏ ବୋଲି ପୌରାଣିକ ବିଶ୍ୱାସ ରହିଛି। ସେଇଥିପାଇଁ ମାସକ ପୂର୍ବରୁ ଜଳ ଲାଗି କରିବାକୁ ଯାଉଥିବା କାଉଡ଼ିଆ ରୀତିନୀତି ପାଳନ କରିଥାନ୍ତି। ଶ୍ରାବଣ ମାସ ସାରା ପ୍ରତିଟି ସୋମବାର ବିଭିନ୍ନ ନଦୀରୁ ଜଳ ସଂଗ୍ରହ କରି ଖାଲିପାଦରେ ବାହୁଙ୍ଗା ବୋହି ପାଦରେ ଚାଲି ଚାଲି ନିଷ୍ଠାର ସହ ଶୈବପୀଠକୁ ଆଣି ଭୋଲେବାବାଙ୍କୁ ଜଳ ଲାଗି କରିଥାନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ମଧ୍ୟ ଶୈବପୀଠ ଗୁଡ଼ିକରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

LEAVE A REPLY

Please enter your comment!
Please enter your name here