କରଞ୍ଜିଆ ( ବିପ୍ଲବୀ ପରିକ୍ରମା ):- କରଞ୍ଜିଆ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳ ହେମକାନ୍ତ ସାୟଙ୍କ ଓ ମୟୂରଭଞ୍ଜ ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ ଉପସ୍ଥିତ ରହି ପ୍ରଥମ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗର ଶୁଣାଣୀ କରିଥିଲେ।ଏହି ଜନ ଅଭିଯୋଗ ଶୁଣାଣୀ ସମୟରେ କରଞ୍ଜିଆ ଉପଖଣ୍ଡ ଉପଜିଲ୍ଲାପାଳ ପ୍ରେମା°ଶୁ ଚାନ୍ଦ, କରଞ୍ଜିଆ ସମନ୍ୱିତ ଆଦିବାସୀ ପ୍ରକଳ୍ପ ପ୍ରଶାସକ ପ୍ରବୀଣ କୁମାର ବାଣୁଆ,ପାଞ୍ଚପୀଢ଼ ଉପଖଣ୍ଡ ପୋଲିସ ଅଧିକାରୀ ସୁବ୍ରତ କୁମାର, ଅତିରିକ୍ତ ଉପଜିଲ୍ଲାପାଳ ପ୍ରକାଶ ଦାଶ, ମୟୂରଭଞ୍ଜ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ରଜନୀକାନ୍ତ ସ୍ବାଇଁ, କରଞ୍ଜିଆ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ କୁମାର ନାଏକ, ସମସ୍ତ ୫ ଟି ବ୍ଲକ ବିଡ଼ିଓ, ତହସିଲଦାର,କରଞ୍ଜିଆ ଉପଖଣ୍ଡ ଚିକିତ୍ସାଧିକାରୀ ଡ଼ଃ ଅନିତା ସିଂ, ତଥା ସମସ୍ତ ଲାଇନ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ। ଏହି ଶିବିରରେ ମୋଟ ୭୭ ଟି ଅଭିଯୋଗ ଶୁଣାଣୀ କରାଯାଇଥିଲା।ସେଗୁଡିକ ମଧ୍ୟରୁ ୧୨ଟି ଦଳୀୟ ଏବଂ ୬୫ ଟି ଏକକ ଅଭିଯୋଗ ରହିଥିବା ଜଣାପଡିଛି।ସମସ୍ତ ଅଭିଯୋଗ ଗୁଡ଼ିକୁ ଶୁଣିବା ପରେ ଅଭିଯୋଗ ଗୁଡ଼ିକର ବିଭାଗୀୟ ଅଧିକାରୀ ମାନଙ୍କୁ ସମାଧାନ ପାଇଁ ପଦକ୍ଷେପ ନେବାକୁ ସେ ପରାମର୍ଶ ଓ ନିର୍ଦ୍ଦେଶ ଦେଇଥିଲେ।
ଶିବିର ପରିଚାଳନାରେ ସେକ୍ସନ ଅଫିସର ଧିରେନ ଚନ୍ଦ୍ର ଭୋଇ,ଦିଲ୍ଲୀପ କୁମାର ପଲେଇ,ସୋମେଶ ମହାନ୍ତ, କନକଲତା ପୁର୍ତ୍ତି,ଲିପ୍ସା ସେଠୀ, ଯୁଧିଷ୍ଠିର ମହାନ୍ତ,ବିଶାଲ ବିବେକ ବାରିକ୍,ଜବାମଣୀ ହେମ୍ବ୍ରମ ତଥା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ମାନେ ସହଯୋଗ ପ୍ରଦାନ କରିଥିଲେ।