ଆଜି ଗଞ୍ଜାମ ଜିଲ୍ଲାରେ ଶୁଭାରମ୍ଭ ହୋଇଛି ଆମ ଓଡ଼ିଶା ନବୀନ ଓଡ଼ିଶା

0

(ବିପ୍ଲବୀ ପରିକ୍ରମା ବ୍ୟୁରୋ);ଆଜି ଗଞ୍ଜାମ ଜିଲ୍ଲାରେ ଶୁଭାରମ୍ଭ ହୋଇଛି ଆମ ଓଡ଼ିଶା ନବୀନ ଓଡ଼ିଶା । ଗଞ୍ଜାମ ଜିଲ୍ଲାର ୧୨ ଟି ନିର୍ମବଚନ ମଣ୍ଡଳୀର ୨୨ଟି ବ୍ଲକରେ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଶୁଭାରମ୍ଭ କରିଥିଲେ । ଗଞ୍ଜାମ ଜିଲ୍ଲାର ମୋଟ ୨୨ଟି ବ୍ଲକର ୫ ହଜାର ୭୦୬ଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ନିମନ୍ତେ ୨୫୧ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଜିଲ୍ଲାର ୨୨ଟି ବ୍ଲକରେ ଏହି କାର୍ଯ୍ୟକ୍ରମ ହୋଇଥିବା ବେଳେ ସେହିକ୍ରମରେ ରଙ୍ଗେଇଲୁଣ୍ଡା ବ୍ଲକର କନିଷି ଠାରେ ରହିଥିବା ବାଲାଜୀ ବିଦ୍ୟାପୀଠ ଖେଳପଡିଆରେ ଏନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେଇଥିଲେ । ଭିଡ଼ିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ଯୋଗ ଦେଇ ରଙ୍ଗେଇଲୁଣ୍ଡା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅର୍ଥ ମଞ୍ଜୁର ହୋଇଥିଲା । ଏହି କାର୍ଯ୍ୟକ୍ରମ ଦ୍ବାରା ପ୍ରତି ପଞ୍ଚାୟତର ସାମଗ୍ରିକ ଉନ୍ନତି ନିମନ୍ତେ ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀଙ୍କ ସହ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଜିଲ୍ଲା ବିଜେଡ଼ି ସଭାପତି ଡ଼ା ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ସମେତ ଜିଲ୍ଲା ପ୍ରଶାସନର ବହୁ ଅଧିକାରୀ ଓ ଶତାଧିକ ମହିଳା ମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here