ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି     

0

ବ୍ରହ୍ମପୁର (ବିପ୍ଲବୀ ପରିକ୍ରମା ):- ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ମଧୁମିତା, ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅସୀମ ପଣ୍ଡା ମିଳିତ ଅଭିଯୋଗ ଶୁଣାଣିରେ ଯୋଗ ଦେଇଥିଲେ I ଏହି ଅଭିଯୋଗ ଶୁଣାଣିର ସମୁଦାୟ ୪୮ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୪୬ ଟି ଥିଲା ବେଳେ, ଗ୍ରାମ ଅଭିଯୋଗ ୨ଟି । ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୨୦୦୦ ଟଙ୍କା ପ୍ରଦାନ କରାଯାଇଥିଲା I ଆବେଦନ ଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିର୍ଦ୍ଦେଶ ପ୍ରଦାନ କରିଥିଲେ ।

ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲାର ସମସ୍ତ ଅଧିକାରୀ ମାନେ ଓ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ବି.ଡି.ଓ, ତହସିଲଦାର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here