ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଚକ୍ରଧାରୀ ଚକ୍ରଧରି ଶରଣ ସିଂ

0

(ବିପ୍ଲବୀ ପରିକ୍ରମା ବ୍ୟୁରୋ); ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ। । ଏନେଇ ସୁପ୍ରିମକୋର୍ଟ କଲେଜିୟମଙ୍କ ସୁପାରିସ କରିଛନ୍ତି । ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ଅକ୍ଟୋବର ୩ ତାରିଖରୁ ହାଇକୋର୍ଟର ମୁଖ୍ୟ ବିଚାରପତି ପଦ ଖାଲି ପଡ଼ିଛି ।ର୍ତ୍ତମାନ ବିହାର ପାଟନା କୋର୍ଟରେ ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ। ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ହାଇକୋର୍ଟର ବରିଷ୍ଠ ବିଚାରପତି ଡକ୍ଟର ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି l ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ସଞ୍ଜୟ କିଶାନ କୌଶଲ ଓ ଜଷ୍ଟିସ ସଞ୍ଜିବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଆଜି ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଛନ୍ତି । ୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ବବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୦ ଜାନୁଆରୀ ମାସରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ । ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ ବର୍ଷ ଧରି କାର୍ଯ୍ୟ କରିଛନ୍ତି । ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ ।

LEAVE A REPLY

Please enter your comment!
Please enter your name here