ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ନୂଆଖାଇ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ପାଳନ ହେବ। ଏହି ପର୍ବ ପାଇଁ ପଶ୍ଚିମ ଓଡ଼ିଶାରେ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପଶ୍ଚିମ ଓଡ଼ିଶାରୁ ଯାଇ ଅନ୍ୟତ୍ର ରହୁଥିବା ଲୋକେ ମଧ୍ୟ ଜନ୍ମମାଟିକୁ ଫେରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଥିବା ବେଳେ ସରକାରୀ ସ୍ତରରେ ଛୁଟି ଘୋଷଣା କରାଯାଇଛି। ରାଜ୍ୟ ସରକାର ଆସନ୍ତା ୯ ତାରିଖକୁ ସରକାରୀ ଛୁଟି ଘୋଷଣା ‌କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ magisterial court ( କାର୍ଯ୍ୟ ନିର୍ବାହୀ ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here