୫ରୁ ୭ ତାରିଖ ଯାଏ ପ୍ରବଳ ବର୍ଷା

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ତଥା ପାଶ୍ୱର୍ବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ୫ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୫ରୁ ୭ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଦକ୍ଷିଣ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିଛି। ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ବର୍ଷା ଲାଗିରହିଛି। ଲୋକଙ୍କ ମୃତ୍ୟୁ ହେବା ସହ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଓଡ଼ିଶାର ମାଲକାନଗିରି ଜିଲ୍ଲାରେ ମଧ୍ୟ ବର୍ଷାର ପ୍ରଭାବ ପଡ଼ିଛି। ସୋମବାର ଯାଏଁ ମାଲକାନଗିରି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପରବର୍ତ୍ତୀ ତିନି ଦିନ ଓଡ଼ିଶାରେ ସେଭଳି ବର୍ଷା ନ ଥିବା ବେଳେ ୫ ତାରିଖଠାରୁ ପୁଣି ବର୍ଷା ବଢ଼ିବ। ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

LEAVE A REPLY

Please enter your comment!
Please enter your name here