ବ୍ରହ୍ମପୁର ( ବିପ୍ଲବୀ ପରିକ୍ରମା ):- ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ସ୍ଥାନୀୟ ଟାଟାବେଞ୍ଜ ଛକରେ ଥିବା ଓମ ଶ୍ରୀ ଜୁଏଲର୍ସରୁ ବଡ଼ ଧରଣର ଚୋରି ହୋଇଛି । ଦୁର୍ବୁତ୍ତମାନେ ଉକ୍ତ ଦୋକାନରେ କଳାକନା ବୁଲାଇ ପ୍ରାୟ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ରୂପା ଓ ସୁନା ଅଳଙ୍କାର ଚୋରି ହୋଇଥିବା ନେଇ ଅଭିଯୋଗ କରିଛନ୍ତି ଦୋକାନ ମାଲିକ ଜମୁଲା ଶ୍ରୀଧର । ଥାନାରେ ଅଭିଯୋଗ ହେବା ପରେ ଟାଉନ ଏସଡିପିଓ ଦେବୀ ଶଙ୍କର ପ୍ରତାପ, ଥାନା ଅଧିକାରୀ ସୁଚିତ୍ରା ପରିଡ଼ା ଓ ଅନ୍ୟାନ୍ୟ ପୁଲିସ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ ସନ୍ଧାନୀ କୁକୁର,ସାଇଣ୍ଟିଫିକ ଟିମ ସହାୟତାରେ ପୁଲିସ ଘଟଣା ସ୍ଥଳର ଆଖପାଖରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ କରିଛି । ଏହାସହ କିଛି ସ୍ଥାନରୁ ପୁଲିସ ସିସିଟିଭି ଫୁଟେଜ ସଂଗ୍ରହ କରିଛି ।