ବ୍ରହ୍ମପୁର ( ବିପ୍ଲବୀ ପରିକ୍ରମା ):- ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ କ୍ରମେ ଓ ପ୍ରଧାନ ମନ୍ତୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ଅବସରରେ ସେପ୍ଟେମ୍ବର ୧୭ ତାରିଖ ଠାରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯାଉଛି।ଏହି ସେବା ସପ୍ତାହ ଅବସରେ ବ୍ରହ୍ମପୁର ଗୋଶାଣୀ ନୂଆଗାଁ ସ୍ଥିତ ଓମ ବିହାର,ସାଇ ବାବା ମନ୍ଦିର ନିକଟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ କେ.ଅନିଲ କୁମାର ଯୋଗ ଦେଇ ବୃକ୍ଷ ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଓମ ବିହାରର ସମସ୍ତ ସାହିବାସିନ୍ଦା, ଯୁବକ ସଙ୍ଘ ସମେତ ବହୁ ଦଳୀୟ କର୍ମୀ ଯୋଗ ଦେଇ ଥିଲେ।