କୁକୁଡାଖଣ୍ଡି ( ବିପ୍ଲବୀ ପରିକ୍ରମା ):- ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁକୁଡାଖଣ୍ଡି ବ୍ଲକ ସମ୍ମୁଖ ରୋଡ ଉପରେ ଗତ କାଲି ଅର୍ଥାତ ସୋମବାର ରାଣୀ ପ୍ରଧାନ (୨୧) ନାମକ ଜଣେ ଯୁବତୀ ଶରୀରରେ କିରୋସିନି ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଜଳୁଥିବା ଯୁବତୀଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରିଥଲେ।ଆଜି ସକାଳେ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୁତ୍ୟୁ ଘଟିଥିବା ସୂଚନା ମିଳିଛି l ତେବେ କଣ ପାଇଁ ରାଣୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି, ତାହାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଝିଅର ବାପାଙ୍କୁ ପୋଲିସ ଅଟକ ରଖିଥିବା ପୋଲିସ ସୂତ୍ରରୁ ସୂଚନା ମିଳିଛି l