କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ ’ଆମ ଓଡ଼ିଶା ନବୀନ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

(ବିପ୍ଲବୀ ପରିକ୍ରମା ବ୍ୟୁରୋ);ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୧ତମ ଦିନରେ କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ ଆରମ୍ଭ ହେଲା ’ଆମ ଓଡ଼ିଶା ନବୀନ ଓଡ଼ିଶା’ । ଏହି ତିନି ଜିଲ୍ଲାରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l କନ୍ଧମାଳ ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୨ଟି ବ୍ଲକରେ ୮୫ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୨ ହଜାର ୯୯ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିର୍ମାଣ ହେବ । ଏସବୁର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l ଉନ୍ନୟନ କାର୍ଯ୍ୟ ପାଇଁ କନ୍ଧମାଳ ଜିଲ୍ଲାର ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ମିଳିବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।ନୁଗୁଳରେ ଆରମ୍ଭ ହୋଇଛି ଆମ ଓଡ଼ିଶା ନବୀନ ଓଡ଼ିଶା । ଜିଲ୍ଲାରେ ୨୭୯୬ଟି ପ୍ରକଳ୍ପ ପାଇଁ ୧୧୨ କୋଟି ୫୦ ଲକ୍ଷ ଟଙ୍କା ଅନୁମୋଦିତ ହୋଇଛି । ଯୋଜନାରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ । ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମାଆ ହିଙ୍ଗୁଳାଙ୍କ ମନ୍ଦିରର ଉନ୍ନତିକରଣ ପାଇଁ 15 କୋଟି 80 ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବାବେଳେ ବିଭିନ୍ନ ବ୍ଲକର ସ୍ୱାସ୍ଥ୍ୟ , ଗମନାଗମନ , ଜଳସେଚନ , ଦମକଳକେନ୍ଦ୍ର ସମେତ ଧର୍ମାନୁଷ୍ଠାନ ଗୁଡିକ ପାଇଁ ଅର୍ଥରାଶି ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଆମ ଓଡ଼ିଶା ନବୀନ ଓଡ଼ିଶା ଏକ ସଶକ୍ତ ଓଡିଶା ଗଠନ କରିବାରେ ସହାୟକ ହେବ । ସେହିପରି ଗଜପତି ଜିଲ୍ଲାରେ ୬ଟି ବ୍ଲକରେ ଆମ ଓଡ଼ିଶା ନବୀନ ଓଡ଼ିଶାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ବିକାଶ ପାଇଁ ୧ ହଜାର ୬୬୨ଟି ପ୍ରକଳ୍ପ ନିର୍ମାଣ ହେବ । ଏଥିପାଇଁ ମଞ୍ଜୁର ହୋଇଛି ୭୪ କୋଟି ୫୦ ଲକ୍ଷ ଟଙ୍କା । ରାସ୍ତା ନିର୍ମାଣ ସହ ଜଳସେଚନ ପ୍ରକଳ୍ପ ଓ ଲୋକଙ୍କ ଆବଶ୍ୟକତା ଅନୁସାରେ ବିଭିନ୍ନ ପ୍ରକଳ୍ପର ନିର୍ମାଣ ପାଇଁ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଗୁରୁତ୍ବ ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଲେଖାଏ ଅନୁଦାନ ପ୍ରଦାନ କରାଯିବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ଜନସାଧାରଣ ।

LEAVE A REPLY

Please enter your comment!
Please enter your name here