ଭାଇ ଛାଡିଥିବା ଆସନରୁ ଲଢିବେ ଭଉଣୀ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- କେରଳ ୱାୟନାଡ଼ ସଂସଦୀୟ କ୍ଷେତ୍ରରୁ ଲଢ଼ିବେ ପ୍ରିୟଙ୍କା ଗାନ୍ଧୀ । ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ହେବାକୁ ଯାଉଛି ଉପନିର୍ବାଚନ । ନଭେମ୍ବର ୧୩ ରେ ଉପନିର୍ବାଚନ ପାଇଁ ପଡ଼ିବ ଭୋଟ । AICC ପକ୍ଷରୁ ପ୍ରିୟଙ୍କାଙ୍କ ନାଁ ଘୋଷଣା କରାଯାଇଛି ।ୱାୟନାଡ ଆସନରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ଉପନିର୍ବାଚନ ହେଉଛି । ତେବେ ଏହି ଆସନରୁ କିଏ ଲଢ଼ିବେ ବୋଲି ଚର୍ଚ୍ଚା ହେଉଥିବା ବେଳେ ଏଥିରେ ପୂର୍ଣ୍ଣଚ୍ଛେଦ ପକାଇଛି ଏଆଇସିସି । ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରାର୍ଥୀ ଭାବେ ନାଁ ଘୋଷଣା କରିଛି ।୨୦୨୪ ଲୋକସଭା ନିର୍ବାଚନ ବେଳେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ୱାୟନାଡ଼ରୁ ରେକର୍ଡ ବିଜୟ ହାସଲ କରିଥିଲେ।ଏଥିସହ ସେ ରେଏବରେଲୀରୁ ମଧ୍ୟ ଜିତିଥିଲେ। ନିର୍ବାଚନ ଫଳ ଆସିବା ପରେ ତାଙ୍କୁ ୱାୟନାଡ ଆସନ ଛାଡ଼ିବାକୁ ପଡ଼ିଥିଲା। ଏଠାରେ ଆସନ ଖାଲି ପଡ଼ିଥିବାରୁ ଆଜି ନିର୍ବାଚନ କମିଶନ ଉପ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଉପ ନିର୍ବାଚନରେ କଂଗ୍ରେସ ପକ୍ଷରୁ ୱାୟନାଡରୁ ପ୍ରିୟଙ୍କା ଗାନ୍ଧି ଭଦ୍ରା ଲଢ଼ିବେ।କେରଳର ୱାୟନାଡ ଲୋକସଭା ଆସନରେ ଉପ ନିର୍ବାଚନ ନଭେମ୍ବର ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗ୍ୟାଜେଟ ନୋଟିଫିକେସନ ୧୮ ଅକ୍ଟୋବରରେ ପ୍ରକାଶ ପାଇବ। ନାମାଙ୍କନ ଦାଖଲ ଶେଷ ତାରିଖ ଅକ୍ଟୋବର ୨୫ ରହିଥିବା ବେଳେ ପ୍ରତ୍ୟାହାର ପାଇଁ ଅକ୍ଟୋବର ୩୦କୁ ଧାର୍ଯ୍ୟ କରାଯାଇଛି। ନଭେମ୍ବର ୧୩ରେ ଏଠାରେ ଭୋଟିଂ ହେବାକୁ ଥିବା ବେଳେ ନଭେମ୍ବର ୨୩ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।

LEAVE A REPLY

Please enter your comment!
Please enter your name here