ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ସ୍କୁଲ ଛୁଟି ଘୋଷଣା କଲେ ସରକାର । ଆସନ୍ତା 23ରୁ 25 ସ୍କୁଲ ଛୁଟି । ସାମ୍ଭାବ୍ୟ ବାତ୍ୟା ପ୍ରଭାବିତ 14 ଜିଲ୍ଲାରେ ସ୍କୁଲ ଛୁଟି । ଛୁଟି ଘୋଷଣା କଲେ ସ୍ୱତନ୍ତ୍ର ରିଲିଫ କମିଶନର । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା ଓ କଟକ ଜିଲ୍ଲାର ସ୍କୁଲ ଛୁଟି ।
ବାତ୍ୟା ‘ଦାନା’ ପାଇଁ ସ୍କୁଲ ଛୁଟି ଘୋଷଣା । ୧୪ ଜିଲ୍ଲାରେ ୩ ଦିନ ପାଇଁ ସ୍କୁଲ ବନ୍ଦ । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ ଓ କଟକ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ । ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା । ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ SRC ।