କରଞ୍ଜିଆ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଆଜି କରଞ୍ଜିଆ ଉପଖଣ୍ଡ କରଞ୍ଜିଆ ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି ।ମୟୂରଭଞ୍ଜ ଜିଲ୍ଲାପାଳ ହେମ କାନ୍ତ ସଏ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ ଆଜିର ଅନୁଷ୍ଟିତ ଶିବିରରେ ଅନୁପସ୍ଥିତ ଥିବାରୁ କରଞ୍ଜିଆ ଉପଖଣ୍ଡ ଉପଜିଲ୍ଲାପାଳ ପ୍ରେମାଂଶୁ ଚାନ୍ଦଙ୍କ ଅଧ୍ୟକ୍ଷତା ରେ ଏହି ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଥିଲା। ତେବେ ଉକ୍ତ ଶିବିର ରେ କରଞ୍ଜିଆ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସୁବ୍ରତ କମାର,ଆଦିବାସୀ ଉ୍ନୟନ ପ୍ରକଳ୍ପ ପ୍ରଶାସକ ପ୍ରବୀଣ କୁମାର୍ ବାଣୁଆ ଓ ଅତିରିକ୍ତ ଉପଜିଲ୍ଲାପାଳ ପ୍ରକାସ ଦାସ୍ ପ୍ରମୁଖ ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭ ରେ ଉପଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଉପଜିଲ୍ଲାପାଳ ନିର୍ଦେଶ ଦେଇଥିଲେ।
ଅନୁଷ୍ଠିତ ଉକ୍ତ ଶିବିର ରେ କରଞ୍ଜିଆ ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, କରଞ୍ଜିଆ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା । ତେବେ ଉକ୍ତ ଶିବିରରେ ଜିଲ୍ଲାପାଳ ହେମକାନ୍ତ ସଏ ଅନୁପସ୍ଥିତ ଥିବାରୁ ଆସିଥିବା ଲୋକଙ୍କ ମଧ୍ୟରେ ଅଶନ୍ତସ ପ୍ରକାଶ ପାଇଥିଲା l