କେନ୍ଦୁଝର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- କେନ୍ଦୁଝର ଜିଲ୍ଲା ରୁଗୁଡି ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର ବିଆରପିଏଲ ବେଲ୍ଟ ନିକଟରେ ଆଜି ସକାଳୁ ଏକ ଟ୍ରଲର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି। ପ୍ରାପ୍ତ ସୂଚନା ମୁତାବକ ଏହି ଟ୍ରଲର କୋଇଡା ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଜାତୀୟ ରାଜପଥର ଡିଭାଇଡର ଡେଇଁ ଅପର ପାର୍ଶ୍ଵରେ ଯାଉଥିବା ଅନ୍ୟ ଏକ ଗାଡିକୁ ଧକ୍କା ଦେଇଥିଲା। ଫଳରେ ଟ୍ରଲର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏହାର ଚାଳକ ଆହତ ଅବସ୍ଥାରେ ଭିତରେ ଫସି ରହିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିଥିବା ବେଳେ ଦୁର୍ଘଟଣା ପରେ ଜାତୀୟ ରାଜପଥରେ ଯାତାୟାତ ସାମାନ୍ୟ ବାଧାପ୍ରାପ୍ତ ହୋଇଥିବା ସୂଚନା ରହିଛି।