ଜଷ୍ଟିସ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ CJI

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଜଷ୍ଟିସ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି । ସଞ୍ଜୀବ ଖାନ୍ନାଙ୍କୁ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନଭେମ୍ବର ୧୧ରେ ଦାୟିତ୍ବ ଗ୍ରହଣ କରିବେ ଜଷ୍ଟିସ ଖାନ୍ନା । ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ୟକାଳ ସରିବା ପରେ ଜଷ୍ଟିସ ଖାନ୍ନା ହେବେ ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି । ତେବେ ତାଙ୍କ କାର୍ଯ୍ୟକାଳ ରହିବ ୬ ମାସ । ଆସନ୍ତା ନଭେମ୍ବର ୧୦ରେ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ଅବସର ନେବେ । ନଭେମ୍ବର ୧୧ରେ ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ନେବେ । ତେବେ ଆସନ୍ତା ବର୍ଷ ମେ ୧୩ରେ ତାଙ୍କର କାର୍ଯ୍ୟକାଳ ସରିବ । ଜଷ୍ଟିସ ଖାନ୍ନାଙ୍କ ନାଁ ସୁପାରିସ କରି କେନ୍ଦ୍ର ଆଇନ ମନ୍ତ୍ରଣାଳୟକୁ ଚିଠି ଲେଖିଥିଲେ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼।୧୯୮୩ରେ ଦିଲ୍ଲୀ ବାର କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖାନ୍ନା । ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲାକୋର୍ଟରେ ପ୍ରାକ୍ଟିସ ଆରମ୍ଭ କରିଥିଲେ । ଏହାପରେ ହାଇକୋର୍ଟରେ ଓକିଲାତି କରିଥିଲେ। ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ । ୨୦୦୬ରେ ତାଙ୍କୁ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା । ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ହୋଇଥିଲେ ।

LEAVE A REPLY

Please enter your comment!
Please enter your name here