ଅବପାତର ରୂପ ନେଲା ‘ଦାନା’

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଦୁର୍ବଳ ପଡୁଛି ବାତ୍ୟା ଦାନାର ଅବଶିଷ୍ଟାଂଶ । ଆହୁରି ଦୁର୍ବଳ ପଡ଼ି ଡିପ୍ରେସନରେ ପରିଣତ ହୋଇଛି । ଏବେ ଉତ୍ତର ଓଡ଼ିଶା ଉପରେ ସକ୍ରିୟ ରହିଛି ଅବପାତ । ଏହା ଭଦ୍ରକରୁ ୫୦ କିଲୋମିଟର ଉତ୍ତର ପଶ୍ଚିମ ଓ କେନ୍ଦୁଝରରୁ ୭୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଅବପାତ ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ଦେଇ ଅତିକ୍ରମ କରିବା ସହ ଆହୁରି ଦୁର୍ବଳ ପଡ଼ି ଆଜି ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହେବ ।ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ସକାଳ ସାଢ଼େ ୮ଟା ଯାଏ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ରେଡ୍ ୱାର୍ଣ୍ଣିଂ ଦେଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର । ଏସବୁ ଜିଲ୍ଲାର କିଛି ସ୍ଥାନରେ ୨୦ ସେଣ୍ଟିମିଟରରୁ ବି ଅଧିକ ହେବା ସମ୍ଭାବନା ରହିଛି ।ସେହିପରି ସକାଳ ସାଢ଼େ ୮ଟା ଯାଏ ୪ ଜିଲ୍ଲା କେନ୍ଦ୍ରାପଡ଼ା, କଟକ, ଯାଜପୁର ଓ ଢେଙ୍କାନାଳକୁ ଜାରି ହୋଇଛି ଅରେଞ୍ଜ ସତର୍କତା ।ଆଜି ପାଇଁ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ହେବ ବୋଲି କହିଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here