୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ତାପମାତ୍ରା ୨ରୁ ୪ ଡିଗ୍ରି ଖସିବ 

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଗାମୀ ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହ ଗତକାଲି ରାତିରେ ଚଳିତ ବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିଠାରେ ୧୨ ଡିଗ୍ରି ରେକର୍ଡ ହୋଇଛି। ଏଥିସହ ଅଧିକାଂଶ ସହରର ପାରଦ ୨୦ ଡିଗ୍ରି ତଳକୁ ଖସି ଆସିଛି।ରାଉରକେଲାରେ ୧୩.୯ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ଓ ଅନୁଗୁଳରେ ୧୪.୬, ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୧୫, ସୁନ୍ଦରଗଡ଼ ଜିଲ୍ଲାର କିରେଇରେ ୧୫.୪, କେନ୍ଦୁଝରରେ ୧୫.୫, କୋରାପୁଟ ଜିଲ୍ଲା ସିମିଳିଗୁଡ଼ା ଓ ସମ୍ବଲପୁର ଜିଲ୍ଲା ଚିପିଲିମାରେ ୧୫.୬, ଭଦ୍ରକରେ ୧୬, ଭବାନୀପାଟଣାରେ ୧୬.୮, ସୁନ୍ଦରଗଡ଼ ଓ ବଲାଙ୍ଗୀରରେ ୧୭, ସମ୍ବଲପୁର ଓ କୋରାପୁଟରେ ୧୭.୨ ଡିଗ୍ରି ଲେଖାଏଁ ରହିଥିଲା।

LEAVE A REPLY

Please enter your comment!
Please enter your name here