ଆରପାରିରେ ପୂର୍ବତନ ମନ୍ତ୍ରୀ ସମୀର ଦେ’

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ପରଲୋକ ହୋଇଛି । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ସମୀର ଦେ । ସୋମବାର କଟକରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛି ଦିନ ତଳେ ହସ୍ପିଟାଲରେ ସମୀରଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ରହିଛନ୍ତି ସମୀର । ୨୦୦୪ ରୁ ୨୦୦୯ ପର୍ଯ୍ୟନ୍ତ ଉଚ୍ଚଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ସମୀର ଦେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । କିଛି ବର୍ଷ ପୂର୍ବେ ତାଙ୍କର କିଡନୀ ପ୍ରତ୍ୟାରୋପଣ କରାଯାଇଥିଲା। ରାଜ୍ୟ ବିଜେପିର ଜଣେ ଜଣାଶୁଣା ଚେହେରା ଥିଲେ ସମୀର ଦେ ।

ସମୀର ଦେ’ଙ୍କ ପରଲୋକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି ଯେ, ‘ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ’। ସେହିପରି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ‘ଏକ୍ସ’ରେ ଲେଖିଛନ୍ତି ଯେ, “ସମୀର ଦେ, ଆମେ ପ୍ରିୟ ଦାଦା ଇହ ଧାମରେ ନାହାନ୍ତି ଶୁଣି ବିଶ୍ୱାସ ହଉନି।

LEAVE A REPLY

Please enter your comment!
Please enter your name here