ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିରରେ ପାନ, ଗୁଟଖା ମନା

0

(ବିପ୍ଲବୀ ପରିକ୍ରମା ବ୍ୟୁରୋ);ମନ୍ଦିରରେ ବି ଥୁ ଥୁ କରୁଥିଲେ । କିନ୍ତୁ ଆସନ୍ତାବର୍ଷରୁ ଆଉ କରି ପାରିବେନି । ନୂଆ ବର୍ଷରୁ ଲାଗୁ ହେବ ନୂଆ ନିୟମ । ବ୍ୟାନ ହୋଇଗଲା ପାନ ଓ ଗୁଟଖା ।ଶ୍ରୀମନ୍ଦିରରେ କଡ଼ାକଡ଼ି ଭାବେ ପାନ ଓ ଗୁଟଖା ନିଷେଧ ହେବ । ଭକ୍ତ କି ସେବାୟତ କେହି ପାନ ଓ ଗୁଟଖା ସେବନ କରି ଶ୍ରୀମନ୍ଦିରକୁ ଯାଇପାରିବେନି । ଆ ସନ୍ତା ଜାନୁଆରୀ ୧ ତାରିଖରୁ ଲାଗୁ ହେବ ଏହି ନିୟମ । ଏନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖିଛି ।ନିୟମ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ସହ ଜରିମାନା ପଡ଼ିବ । ଶ୍ରୀମନ୍ଦିର ଭିତରେ କେହି ପାନଗୁଟଖା ଖାଇବେ ନାହିଁ କି ଛେପ ପକାଇ ପାରିବେ ନାହିଁ ।ଶ୍ରୀମନ୍ଦିର ଭିତରେ ପଲିଥିନ ବ୍ୟବହାର ଉପରେ କଟକଣା ଲାଗିଛି । ମନ୍ଦିର ଭିତରେ ସେବାୟତ, ପୋଲିସ କି ଭକ୍ତ କେହି ପାନ ଗୁଟଖା ଖାଇପାରିବେ ନାହିଁ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଧ୍ୟ ପାନ ଗୁଟଖା ବ୍ୟାନ୍ କଲା ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିରରେ ପାନ ଗୁଟଖା ଉପରେ ପୂର୍ବରୁ ୫ଶହ ଟଙ୍କା ଜୋରିମାନା କରାଯାଇଥିଲେ ମଧ୍ୟ ବ୍ୟବସ୍ଥାଗତ ତ୍ରୁଟି ଯୋଗୁ ସଠିକ ଭାବେ କାର୍ଯ୍ୟକାରୀ ହୋଇପାରିନଥିଲା। ଏହା କୌଣସି କଟକଣା ନୁହେଁ, ମହାପ୍ରଭୁଙ୍କ ଆଦେଶ ବୋଲି ମାନିବା ଦରକାର । ବରାହ ପୁରାଣ ଓ ନୀଳାଦ୍ରି ମହୋଦୟରେ ଏନେଇ ଉଲ୍ଲେଖ ରହିଛି । ତାମ୍ବୁଳ ସେବନ କଲେ ଏହା ସେବା ଅପରାଧ ବୋଲି ଉଲ୍ଲେଖ ରହିଛି। ସେହି ଆଧାରରେ ଶ୍ରୀମନ୍ଦିର ପ୍ରଶାସନ ଏହି କଟକଣାକୁ ଲାଗୁ କରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି ।ମନ୍ଦିରକୁ ପ୍ରବେଶ କରୁଥିବା ଭକ୍ତ, ପୂଜକ, ସେବାୟତ, ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ କର୍ମଚାରୀ, ପୁଲିସ୍‌ କର୍ମଚାରୀ ସମସ୍ତଙ୍କ ପାଇଁ ଏହି ନିୟମକୁ ସମାନ ଭାବେ ଲାଗୁ କରାଯିବ ବୋଲି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here