ଆସିଲା ଜିପିଆର ସର୍ଭେ ରିପୋର୍ଟ : ତୁରନ୍ତ ରତ୍ନଭଣ୍ଡାରର ହେବ ମରାମତି

0

ପୁରୀ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି, ରକ୍ଷଣାବେକ୍ଷଣ ତଥା ସଂରକ୍ଷଣ କାମ ହାତକୁ ନେବାକୁ ଏଏସ୍‌.ଆଇ କର୍ତ୍ତୃପକ୍ଷଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଅନୁରୋଧ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍‌ କରି ଶ୍ରୀ ପାଢ଼ୀ ଏହି ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ବିଗତ ଦିନରେ ଏଏସ୍ଆଇ ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି। ଏଏସ୍ଆଇ.ପକ୍ଷରୁ ଏହି କାର୍ଯ୍ୟ ହାଇଦ୍ରାବାଦସ୍ଥିତ ଏନ୍‌ଜିଆର୍‌ଆଇ ସହାୟତାରେ କରାଯାଇଥିଲା। ଶ୍ରୀମନ୍ଦିରର ସ୍ଥାୟିତ୍ବ ଏବଂ ସୁରକ୍ଷା ପ୍ରତି ଶ୍ରୀମନ୍ଦିର ପ୍ରଶାସନ ସର୍ବଦା ଯତ୍ନବାନ୍ ରହିଛି। ତେଣୁ ବୈଷୟିକ ରିପୋର୍ଟ ହସ୍ତଗତ ହୋଇସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି, ରକ୍ଷଣାବେକ୍ଷଣ ତଥା ସଂରକ୍ଷଣ କାର୍ଯ୍ଯ ହାତକୁ ନେବାକୁ ଏଏସ୍‌.ଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରୁଛୁ। ଏହି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି ମୁଖ୍ୟ ପ୍ରଶାସକ ଶ୍ରୀ ପାଢ଼ୀ ସୂଚନା ଦେଇଛନ୍ତି l

LEAVE A REPLY

Please enter your comment!
Please enter your name here