ବିଧାୟକ ହିମାଂଶୁଙ୍କୁ ଆକ୍ରମଣ ଘଟଣାର ତଦନ୍ତ ଭାର ନେଲା କ୍ରାଇମ୍ ବ୍ରାଞ୍ଚ 

0

ଯାଜପୁର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଯାଜପୁର ସଦର ଥାନା ଅନ୍ତର୍ଗତ ବୁଢା ବ୍ରିଜ ନିକଟରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଘଟଣାର ତଦନ୍ତ ଭାର ନେଲା କ୍ରାଇମ୍ ବ୍ରାଞ୍ଚ । ପୁରା ଘଟଣାର ଅନୁଧ୍ୟାନ କରିବ କ୍ରାଇମ୍ ବ୍ରାଞ୍ଚ । କିଛି ଦିନ ପୂର୍ବେ ବିଧାୟକ କୌଣସି ଏକ ବୈଠକରେ ଯୋଗ ଦେବାକୁ ଯିବା ବେଳେ ତାଙ୍କ ଉପରେ ଅତର୍କିତ ଆକ୍ରମଣ ହୋଇଥିଲା । ଏହି ଆକ୍ରମଣ ପୂର୍ବତନ ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ କରାଇ ଥିବା ନେଇ ଅଭିଯୋଗ କରିଥିଲେ ବିଧାୟକ ହିମାଂଶୁ ଶେଖର ଦାସ । ଏହାପରେ ତଦନ୍ତ କରି ପୋଲିସ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବ ଦାସଙ୍କୁ ଗିରଫ କରିଛି । ବର୍ତ୍ତମାନ ଏହି ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ନିଜ ହାତକୁ ନେଇଛି । ବିଧାୟକଙ୍କୁ ଆକ୍ରମଣ ଓ ବିରଜା ହାଟରେ ହଙ୍ଗାମା ମାମଲାରେ ବର୍ତ୍ତମାନ ସୁଦ୍ଧା ପୁଲିସ ୧୯ ଜଣଙ୍କୁ ଗିରଫ କରିଛି । ଶତାଧିକ ଲୋକଙ୍କ ନାଁରେ ମାମଲା ରୁଜୁ ହୋଇଛି । ଏବେ ବି ଶତାଧିକ ଅଭିଯୁକ୍ତ ଫେରାର ରହିଛନ୍ତି । ସେମାନଙ୍କୁ ଧରିବା ପାଇଁ ପୁଲିସ ୪ଟି ସ୍ପେଶାଲ ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢାଉ କରୁଛି । ଏପରି ସମୟରେ ରାଜ୍ୟ ସରକାର ବିଧାୟକଙ୍କୁ ଆକ୍ରମଣ ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here