ବିପ୍ଲବୀ ପରିକ୍ରମା ଡିଜିଟାଲ :- ୱାନ୍ ନେସନ, ୱାନ୍ ଇଲେକ୍ସନ ବିଲ୍କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଛି। ଖୁବ୍ଶୀଘ୍ର ସଂସଦରେ ଉପସ୍ଥାପିତ ହେବ ଏହି ବହୁ ପ୍ରତିକ୍ଷିତ ଓ ଚର୍ଚ୍ଚିତ ବିଲ୍। ୨୦୨୪ ଲୋକସଭା ନିର୍ବାଚନରେ ବିଜେପି ଇସ୍ତାହାରରେ ଏହାକୁ ବି ସାମିଲ କରିଥିଲା । ୱାନ୍ ନେସନ୍, ୱାନ୍ ଇଲେକସନକୁ ନେଇ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି କେନ୍ଦ୍ର ସରକାର। କମିଟିର ରିପୋର୍ଟକୁ କ୍ୟାବିନେଟ୍ ମଂଜୁରୀ ବି ମିଳିସାରିଛି। ଏକକ ନିର୍ବାତନ ଢାଞ୍ଝା କାର୍ଯ୍ୟକାରୀ କରିବାକୁ ବ୍ୟାପକ ସାମ୍ବିଧାନିକ ସଂଶୋଧନ ଆବଶ୍ୟକ ରହିଛି l ସଂସଦର ଉଭୟ ଗୃହର ଦୁଇ-ତୃତୀୟାଂଶ ବହୁମତ ସହ ଅତିକମରେ ୬ଟି ବିଧେୟକ ପାସ୍ ହେବ ।
ବିଜେପି ନେତୃତ୍ୱାଧୀନ NDA ପାଖରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ଆବଶ୍ୟକ ସଂଖ୍ୟା ରହିଛି । କିନ୍ତୁ ସାମ୍ବିଧାନିକ ସଂଶୋଧନ ପାଇଁ ଆବଶ୍ୟକ ସଂଖ୍ୟା ଏକ ଚ୍ୟାଲେଞ୍ଜ ସୃଷ୍ଟି କରୁଛି । ରାଜ୍ୟସଭାରେ ଏନଡିଏ ୧୧୨ ସଦସ୍ୟ ଥିବା ବେଳେ ଦୁଇ ତୃତୀୟାଂଶ ବହୁମତ ପାଇଁ ଆବଶ୍ୟକ ୧୬୪ ସିଟ୍ । ସେହିପରି ଲୋକସଭାରେ ଏନଡିଏ ମେଣ୍ଟକୁ ଆବଶ୍ୟକ ୩୬୪ । ତେଣୁ ବିଲ୍ ନେଇ ଭୋଟିଂ ବେଳେ ଅଣଏନଡିଏ ମେଣ୍ଟର ସମର୍ଥନ ଯୋଗାଡିବା କେନ୍ଦ୍ର ସରକାରଙ୍କ ଆଗରେ ଚ୍ୟାଲେଞ୍ଜ ରହିବ ।ବିଲ୍ ଆଇନରେ ପରିଣତ ହେଲେ ଦେଶରେ ଏକାସଙ୍ଗେ ଲୋକସଭା ଓ ବିଧାନସଭାଗୁଡ଼ିକର ନିର୍ବାଚନ ହେବ । ଏକକ ନିର୍ବାଚନ ହେଲେ ଦେଶର ଅର୍ଥନୀତି ମଜବୁତ ହେବ, ଆଇନ ଶୃଙ୍ଖଳା ବଜାୟ ରହିବ, ଦେଶର ବିକାଶ ବଢିବା ସହ କଳାଧନକୁ ବି ରୋକାଯାଇପାରିବ ବୋଲି ବିଜେପି କହୁଛି।