ଅଲିଭ ରିଡଲେଙ୍କ ସୁରକ୍ଷା ଚିନ୍ତା

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଅଲିଭ ରିଡଲେଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକ ଅନୁଷ୍ଠିତ । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ହୋଇଛି ବୈଠକ । ବ୍ୟାପକ ସଚେତନତା ସହ ଆଇନ ଖିଲାପକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସାଟେଲାଇଟ ଟେଲିମେଟ୍ରି ଜରିଆରେ ସାମୁଦ୍ରିକ କଇଁଛଙ୍କ ଗତିବିଧି ଉପରେ ନଜର ରଖାଯାଇଥିବା ଜଣାପଡିଛି ।ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, “ଆମ ରାଜ୍ୟରେ ସୁଦୀର୍ଘ ବେଳାଭୂମି ରହିଛି । ଅଲିଭ ରିଡଲେ କଇଁଛର ସୁରକ୍ଷା ଓ ସଂରକ୍ଷଣ ଏକ ବୈଶ୍ୱିକ ପ୍ରସଙ୍ଗ । ପର୍ଯ୍ୟଟନ ଦୃଷ୍ଟିକୋଣରୁ ଏହା ମଧ୍ୟ ଗୁରୁତ୍ୱପୂର୍ଣ୍ଣ । ଆଧୁନିକ ଜ୍ଞାନକୌଶଳର ଉପଯୋଗରେ ସାମୁଦ୍ରିକ କଇଁଛଙ୍କର ଗତିବିଧି ଉପରେ ନଜର ରଖାଯିବ । ସମୂହ ଅଣ୍ଡାଦାନ ଋତୁରେ ସଂପୃକ୍ତ ଅଞ୍ଚଳରେ ବ୍ୟାପକ ସଚେତନତା ଓ ଆଇନ ଖିଲାପକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏନଫୋର୍ସମେଣ୍ଟ ବ୍ୟବସ୍ଥାକୁ ଅଧିକ ସୁଦୃଢ କରାଯିବ । ସାମୁଦ୍ରିକ କଇଁଛ ଓ ଅଣ୍ଡାକୁ ସୁରକ୍ଷା ଦେବା ଆମର ନୂଆ ପଦକ୍ଷେପ ସ୍ୱରୂପ ଅଣ୍ଡାଦାନ ଋତୁରେ ପାଣି ଭିତରେ ଭିଡ଼ିଓ ଗ୍ରାଫିକୁ ଗୁରୁତ୍ୱ ଦିଆଯାଉଛି । ସାଟେଲାଇଟ ଟେଲିମେଟ୍ରି ଅଧ୍ୟୟନ ଜରିଆରେ ଅଲିଭ ରିଡଲେ ସାମୁଦ୍ରିକ କଇଁଛଙ୍କ ଗତିବିଧି ଉପରେ ନଜର ରଖିବାକୁ ପଦକ୍ଷେପ ନିଆଯାଇଛି । ଭାରତୀୟ ବନ୍ୟପ୍ରାଣୀ ସଂସ୍ଥାନ ତରଫରୁ ଆଧୁନିକ ଜ୍ଞାନ କୌଶଳର ଉପଯୋଗରେ ୩ ବର୍ଷିଆ ଅଧ୍ୟୟନ ପାଇଁ ଦିଆଯାଇଥିବା ପ୍ରସ୍ତାବ ସଂପର୍କରେ ଆଲୋଚନା ହୋଇଛି । ଏହା ଦ୍ୱାରା ଓଡ଼ିଶା ଉପକୂଳରେ ଅଲିଭ ରିଡଲେ କଇଁଛଙ୍କର ସ୍ଥାନ ପରିବର୍ତ୍ତନ ଜନିତ ବ୍ୟବହାର, ସମୁଦ୍ର କୂଳରେ ଗତିବିଧି, ସମ୍ଭାବ୍ୟ ଅଣ୍ଡାଦାନ ସ୍ଥାନ, ଅନ୍ୟତ୍ର ଗତିବିଧି ସଂପର୍କିତ ପ୍ରବାସୀ ଆଚରଣ ସଂପର୍କରେ ନଜର ରହିବ । ଯାହା ଦ୍ୱାରା ଏହି ବିରଳ ସାମୁଦ୍ରିକ ଜୀବର ସୁରକ୍ଷା ଓ ସଂରକ୍ଷଣ ଦିଗରେ ପରିଚାଳନା ଅଧିକ ସହଜ ହୋଇପାରିବ ।ଦାୟିତ୍ୱ ଏବଂ କର୍ତ୍ତବ୍ୟ । ବିଗତ ବର୍ଷ ଗୁ଼ଡ଼ିକ ପରି ଚଳିତ ବର୍ଷ ମଧ୍ୟ ରାଜ୍ୟ ସରକାରଙ୍କ ତରଫରୁ ଏ ଦିଗରେ ଆବଶ୍ୟକ ସମସ୍ତ ସହଯୋଗ ଦିଆଯାଉଛି ।’

LEAVE A REPLY

Please enter your comment!
Please enter your name here