ନୂଆଦିଲ୍ଲୀ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଦିଲ୍ଲୀ ଗସ୍ତରେ ଥିବା ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର କେନ୍ଦ୍ର ସରକାରଙ୍କ ନିକଟରେ ରାଜ୍ୟର ସ୍ୱାର୍ଥକୁ ଆଖିଆଗରେ ରଖି କିଛି ଦାବି ଉପସ୍ଥାପନ କରିଛନ୍ତି । ରାଜ୍ୟ ଭିତ୍ତିଭୂମିର ବିକାଶ ପାଇଁ ଅଧିକ ଆବଣ୍ଟନ, ଗୋପାଳପୁର ଠାରେ ଏକ ଲୁଣ ଖଳା ନିର୍ମାଣ ପାଇଁ ପ୍ରସ୍ତାବ,ଝାରସୁଗୁଡା ପାଇଁ ନୂତନ ଇଣ୍ଡଷ୍ଟ୍ରିଆଲ ଟାଉନସିପ୍, ପର୍ଯ୍ୟଟନର ବିକାଶ ପାଇଁ ୧୦ ହଜାର କୋଟିର ସ୍ୱତନ୍ତ୍ର ପ୍ୟାକେଜ, ଜଳଜୀବନ ମିଶନ ଅଧିନରେ ପର୍ଯ୍ୟାପ୍ତ ବଜେଟ ବ୍ୟବସ୍ଥା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ପ୍ରାକ୍ ବଜେଟ ବୈଠକରେ ଏସବୁ ପ୍ରସ୍ତାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।