ଆଜି ବଡ଼ ରାତି, ଛୋଟ ଦିନ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା । ଭୁବନେଶ୍ବରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ । ଆଉ ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ । ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ ।ପ୍ରାୟତଃ ଭୁବନେଶ୍ୱରରେ ଡିସେମ୍ବର ୧୫ରୁ ୨୭ ତାରିଖ ଯାଏ ପ୍ରାୟ ୧୨ ଦିନ ଧରି ଦିନର ଲମ୍ବ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ହୋଇଥାଏ । ଆଜି ସୁନ୍ଦରଗଡ଼ରେ ଦିନ ୧୦ ଘଣ୍ଟା ୪୭ ମିନିଟ୍ ଓ ମାଲକାନଗିରିରେ ଦିନର ଲମ୍ବା ୧୧ ଘଣ୍ଟା ୦୧ ମିନିଟ୍ ରହିବ । ସେହିପରି ଦିଲ୍ଲୀ ଓ କନ୍ୟାକୁମାରୀରେ ଦିନର ଲମ୍ବା ଯଥାକ୍ରମେ ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ। ପ୍ରତିବର୍ଷ ଡିସେମ୍ୱର ୨୨ରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହୋଇଥାଏ।

ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଏହା ବର୍ଷର ସବୁଠାରୁ ଛୋଟ ଦିନ ହୋଇଥାଏ । ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ ବା ଦିନର ଲମ୍ବ ବଡ଼ ହେବାକୁ ଆରମ୍ଭ ହୁଏ। ତେଣୁ ଡିସେମ୍ବର ୨୫କୁ ‘ବଡଦିନ’ ରୂପେ ପାଳନ କରାଯାଏ ।

LEAVE A REPLY

Please enter your comment!
Please enter your name here