ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

0

ବ୍ରହ୍ମପୁର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀଯୁକ୍ତ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡାକ୍ତର ସର୍ବନା ବିବେକ ଏମ, ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର ମିଳିତ ଅଭିଯୋଗ ଶୁଣାଣିରେ ଯୋଗ ଦେଇଥିଲେ I ଏହି ଅଭିଯୋଗ ଶୁଣାଣିର ସମୁଦାୟ ୫୮ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୫୧ ଟି ଥିଲା ବେଳେ, ଗ୍ରାମ ଅଭିଯୋଗ ୭ଟି ।ଦୁଇଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୮୦୦୦ ଟଙ୍କା ପ୍ରଦାନ କରାଯାଇଥିଲା I ଗଞ୍ଜାମ ଜିଲ୍ଲାପାଳ ତ୍ଵରିତ ୫ଟି ଅଭିଯୋଗ ଫଏସଲା କରିଥିଲେ I ଆବେଦନ ଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଗଞ୍ଜାମ ଜିଲ୍ଲାପାଳ ଶ୍ରୀଯୁକ୍ତ ଦିବ୍ୟଜ୍ୟୋତି ପରିଡା ନିର୍ଦ୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲାର ସମସ୍ତ ଅଧିକାରୀ ମାନେ ଓ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ବି.ଡି.ଓ, ତହସିଲଦାର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here