ବିପ୍ଲବୀ ପରିକ୍ରମା ଡିଜିଟାଲ :- ଦୁଇଦିନ ପରେ ପୁଣି ଥରାଇବ ଶୀତ l ଉପାନ୍ତରୁ ଉପକୂଳ ସବୁଠି ଥରାଇବ ଜାଡ। ତେବେ ଆସନ୍ତା ୧୭ ପରଠାରୁ ତାପମାତ୍ରା କମିବା ସହିତ ପୁଣି ଥରେ ଶୀତ ଥରାଇବ। ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପଶ୍ଚିମା ଝଡର ପ୍ରଭାବରୁ ବିଗତ କିଛି ଦିନ ହେବ ଶୀତ କମିବାରେ ଲାଗିଛି । କିନ୍ତୁ ପଶ୍ଚିମା ଝଡ କମିବା ପରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହ ବଢିବ। ଫଳରେ ରାଜ୍ୟରେ ପୁଣି ଶୀତ ଲହରୀ ଅନୁଭୁତ ହେବ l ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାତି ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ। ୧୬ ତାରିଖ ଯାଏ ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର।