ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଏବଂ ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର 

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ପୂର୍ବତନ ପୋଲିସ୍ ଡିଜି ପ୍ରକାଶ ମିଶ୍ରଙ୍କୁ ମିଳିଛି ନୂଆ ଦାୟିତ୍ୱ,ସେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ପାହ୍ୟା ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି l ସେ ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ ପରିଚିତ। ପ୍ରକାଶ ମିଶ୍ର ପୂର୍ବତନ ସିଆରପିଏଫ ମହାନିର୍ଦ୍ଦେଶକ ଏନଡିଆରଏଫ ଡିଜି ଥିଲେ ।ଶୀର୍ଷ ପ୍ରଶାସନିକ ଅଧିକାରୀରୁ ନେତା ହୋଇଥିବା ପ୍ରକାଶ ମିଶ୍ରଙ୍କ ଇଂରାଜୀ ପୁସ୍ତକ ‘କମେଡି ଇନ୍ ଖାକି’ ଲୋକାର୍ପିତ ହେବା ପରେ ରାଜ୍ୟ ରାଜନୈତିକସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଥିଲା ।

 

ସେହିପରି ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ ସରକାର ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରିଛନ୍ତି । ଭାରତର ସମ୍ବିଧାନର ଧାରା ‘୨୪୩-କେ’ର ଧାରା (୧) ଅନୁଯାୟୀ ଓଡ଼ିଶା ରାଜ୍ୟପାଳ ଡ. ହରିବାକୁ କୁମ୍ଭମପତି ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା ବିଜ୍ଞପ୍ତିରେ ପ୍ରକାଶ ପାଇଛି ।ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧ ବ୍ୟାଚ୍ ଆଇଏଏସ୍ ଅଫିସର। ଦୀର୍ଘବର୍ଷର କ୍ୟାରିୟର ମଧ୍ୟରେ ମଧୁସୂଦନ ପାଦୀ ବିଭିନ୍ନ ପଦବୀରେ ଓଡ଼ିଶା ସରକାରଙ୍କ ପାଇଁ କାର୍ଯ୍ୟ କରିଥିଲେ।

LEAVE A REPLY

Please enter your comment!
Please enter your name here