ବାଇକ ଚୋରା ରାକେଟର ପର୍ଦ୍ଦାଫାଶ, ମାଷ୍ଟର ମାଇଣ୍ଡ ସହ ୬ ଗିରଫ, ୫ଟି ଚୋରା ବାଇକ ଉଦ୍ଧାର

0

କେନ୍ଦୁଝର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):-: କେନ୍ଦୁଝର ଜିଲ୍ଲା ଯୋଡ଼ା ପୋଲିସ ଏକ ଚୋରା ବାଇକ୍ ରାକେଟର ପର୍ଦ୍ଦାଫାଶ କରି ଏଥିରେ ସଂପୃକ୍ତ ୬ ଅଭିଯୁକ୍ତଙ୍କୁ ଗିରଫ ସହ ୫ଟି ଚୋରା ବାଇକ ଉଦ୍ଧାର କରିଛି। ସୂଚନାନୁସାରେ ଯୋଡା ସହରର ଆମବାଗାନଠାରେ ରହୁଥିବା ବି. ଜୟ ରାମ ରେଡ୍ଡୀଙ୍କ ଘରୁ ବାଇକ ଚୋରି ହୋଇଥିବା ବେଳେ ଯୋଡାରୁ ଚୋରି ବାଇକ ଚମ୍ପୁଆ ଥାନାରେ ଜବତ ହୋଇ ଥିଲା।

ଏହି ବାଇକ ଚୋରା ରାକେଟର ମାଷ୍ଟର ମାଇଣ୍ଡ ଯୋଡା ଵାଚୁ ହାଟିଂରୁ ଗିରଫ ହେବା ପରେ ଏହି ରାକେଟରେ ସଂପୃକ୍ତ ଥିବା ଅନ୍ୟ ୫ଜଣଙ୍କୁ ଯୋଡା ପୋଲିସ ଗିରଫ କରିଛି। ଏହା ବ୍ୟତୀତ ପୋଲିସ ଚଢାଉ ବେଳେ ସଦର ଥାନାରୁ ଚୋରି ହୋଇଥିବା ଗୋଟିଏ ବାଇକ ସହ ମୋଟ ୫ଟି ଚୋରା ବାଇକ ମଧ୍ୟ ଉଦ୍ଧାର କରିଛି। ଏହି ଚୋରମାନେ ଚୋରା ବାଇକରେ ଜାଲ ନମ୍ବର ଲଗାଇ ରାଜ୍ୟ ବାହାରେ କମ୍ ଦାମରେ ବିକ୍ରି କରୁଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here