ପୁଅ ଜନ୍ମ ହେଲେ ୧୦ ହଜାର, ଝିଅ ହେଲେ ୧୨ ହଜାର

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି‌ ଯୋଜନା ଲାଗୁ ହେବ। କନ୍ୟା ସନ୍ତାନକୁ ପ୍ରୋତ୍ସାହନ ପାଇଁ ଏହି ଯୋଜନା ଲାଗୁ କରାଯାଇଛି। ଝିଅ ଜନ୍ମ ହେଲେ ୧୨ ହଜାର ଟଙ୍କା ମିଳିବ। ପୁଅ ଜନ୍ମ ହେଲେ ୧୦ ହଜାର ଟଙ୍କା ମିଳିବ। ରାଜ୍ୟ ସରକାର ଅଙ୍ଗନବାଡ଼ି କର୍ମୀମାନଙ୍କ ପାଇଁ ମଧ୍ୟ ଭଲ ଖବର ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ। ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ। ଏହା ଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବେ।

LEAVE A REPLY

Please enter your comment!
Please enter your name here