ବିପ୍ଲବୀ ପରିକ୍ରମା ଡିଜିଟାଲ :- ତାତିରୁ ମିଳିବ ଆସ୍ବସ୍ତି । ଗତ କିଛିଦିନ ହେବ ରାଜ୍ୟରେ ଖରାର ପ୍ରକୋପ ଦେଖିବାକୁ ମିଳୁଥିବା ବେଳେ ବର୍ତ୍ତମାନ ପାରଦ ତଳମୁହାଁ ହୋଇଛି । ରାତି ସହ ଦିନର ତାପମାତ୍ରା କମିବ ୩ ଦିନ ପରେ ଆହୁରି କମିବ ତାତି । ୩ରୁ ୫ ଡ଼ିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଫଳରେ ଆଗାମୀ ୪ରୁ ୫ ଦିନ ଯାଏ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ । ବର୍ତ୍ତମାନ ଉପକୂଳ ଜିଲ୍ଲାମାନଙ୍କରେ ତାପମାତ୍ରା ସ୍ଵାଭାବିକରୁ ୨ରୁ ୩ ଡିଗ୍ରୀ ଅଧିକ ରହିଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩ରୁ ୫ ଡିଗ୍ରୀ ସ୍ଵାଭାବିକ ତାପମାତ୍ରାରୁ ଅଧିକ ରହିଛି । ତେବେ ରାତିର ତାପମାତ୍ରା ହ୍ରାସ ପାଇବ । ଆଗାମୀ ୩ରୁ ୪ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ସହ ଗରମ ମଧ୍ୟ କମ ହେବ ।