ଆଜିଠୁ ୪ ଦିନ ଯାଏଁ ବର୍ଷା

0

ବିପ୍ଲବୀ ପରିକ୍ରମା ଡିଜିଟାଲ :-:ଗରମରୁ ମିଳିଲା ଆଶ୍ୱସ୍ତି । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ୪ ଦିନ ଯାଏଁ ବର୍ଷା ହେବ । କିଛି ସ୍ଥାନରେ କୁଆପଥର ସହ ଘଡଘଡି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ, ଯାଜପୁର ଓ ଢେଙ୍କାନାଳ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ପବନ ବହିବା ସହିତ କୁଆପଥର ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ସେହିପରି ବିଜୁଳି ଘଡ଼ଘଡ଼ି ବର୍ଷା ପାଇଁ ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଅନୁଗୁଳ, ଦେବଗଡ଼ , ସମ୍ବଲପୁର, ଝାରସୁଗୁଡ଼ା, ନୟାଗଡ଼, ଖୋର୍ଦ୍ଧା , ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ ରୁ ୫ଦିନ ଯାଏଁ ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ ।

LEAVE A REPLY

Please enter your comment!
Please enter your name here