ବ୍ରହ୍ମପୁର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଆଜି ମହିଳା ଦିବସ ଅବସରରେ (ମାର୍ଚ୍ଚ ୮) ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିଛି | ବ୍ରହ୍ମପୁରର ଆମ୍ବପୁଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତି ଟଙ୍କା ପ୍ରଦାନ କରିଛନ୍ତି| ଏହି କାର୍ଯ୍ୟକ୍ରମରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଗୋକୁଳାନନ୍ଦ ମଲ୍ଲିକ, ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ ଓ ବ୍ରହ୍ମପୁର ସାଂସଦ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇଛନ୍ତି। ଆଜି ପାଖାପାଖି ୧ କୋଟି ୬୩ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଛି |
ଏହା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବ୍ରହ୍ମପୁର ଠାରେ ପ୍ରୀୟ ୪୯୨ କୋଟି ଟଙ୍କା ମୂଲ୍ୟର ୩୦ ଟି ପ୍ରକଳ୍ପର ଭିତ୍ତପ୍ରସ୍ତର ସ୍ଥାପନ କରିଛନ୍ତି । ଏହାସହିତ ପ୍ରାୟ ୧୪୫ କୋଟି ଟଙ୍କା ମୂଲ୍ୟର ୫୧ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।