ଆଜି ବି ସରଗରମ ବିଧାନସଭା

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଆଜି ବି ସରଗରମ ରହିବ ବିଧାନସଭା। ଗୃହରେ ଦେଖିବାକୁ ମିଳିପାରେ ବିରୋଧୀଙ୍କ ହଟ୍ଟଗୋଳ । ଓଡ଼ିଆ ଅସ୍ମିତା ଏବଂ ନାରୀ ନିର୍ଯାତନା ପ୍ରସଙ୍ଗରେ ଗୃହ କମ୍ପାଉଛନ୍ତି ବିରୋଧୀ । ସେପଟେ ଜୟନାରାୟଣଙ୍କ ମନ୍ତବ୍ୟ ବି ସୃଷ୍ଟି କରୁଛି ଝଡ଼ । ସୋମବାର ବିରୋଧୀଙ୍କ ହଟ୍ଟଗୋଳ ଭିତରେ ୩ ଥର ମୁଲତବୀ ହୋଇଛି ଗୃହକାର୍ଯ୍ୟ । ଆଜି ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିପାରେ ବୋଲି ଆଶଙ୍କା କରାଯାଉଛି । ତେବେ ଗୃହକାର୍ଯ୍ୟ ସ୍ବାଭାବିକ କରିବାକୁ ସର୍ବଦଳୀୟ ବୈଠକକୁ ଭରସା କରିଛନ୍ତି ବାଚସ୍ପତି ।

 

ଅନ୍ୟପଟେ ଓଡ଼ିଆ ଅସ୍ମିତା କଥା କହି ସରକାରକୁ ଆସିଲା ବିଜେପି । ହେଲେ କ୍ଷମତାକୁ ଆସିବା ପରେ ଓଡ଼ିଶାକୁ ବିଭାଜନ କରିବାକୁ ଷଡଯନ୍ତ୍ର କରୁଥିବା ବିଜେଡି ଅଭିଯୋଗ କରିଛି । ରାଜ୍ୟ ବିଜେପି ସଭାପତି କି ମନ୍ତ୍ରୀ କେହି ଜଣେ ବି ଜୟ ନାରାୟଣଙ୍କ ମନ୍ତବ୍ୟକୁ ନେଇ କାହିଁକି ସ୍ପଷ୍ଟୀକରଣ ଦେଉନାହାନ୍ତି ବୋଲି ବିରୋଧୀ ବିଜେଡି ପ୍ରଶ୍ନ କରିଛି ।

LEAVE A REPLY

Please enter your comment!
Please enter your name here