କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଗକୁ ବଢିବ ତାତି, କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହ।ରାଜ୍ୟରେ ଆଗାମୀ ୫ ଦିନ ଲାଗି ପାରଦ ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର l ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ। ଏଥିପାଇଁ SRCଙ୍କ ଅଫିସ୍ ପକ୍ଷରୁ ପ୍ରଚଣ୍ଡ ରୌଦ୍ର ତାପ ନେଇ ସତର୍କ କରାଯାଇଛି। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ୪ରୁ ୫ ଦିନ ଭିତରେ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢ଼ିବା ଅନୁମାନ କରାଯାଉଛି। ୩ରୁ ୪ ଦିନ ହେବ ତାତି ସାମାନ୍ୟ କମ ଥିବା ବେଳେ ଆଜିଠାରୁ ପୁଣି ବଢିବ ତାତି । ତାତି ବଢୁଥିବା ବେଳେ ହିଟ ୱେବ ବା ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୧୩ ଓ ୧୪ ତାରିଖ ଦୁଇଦିନ ହିଟୱେଭ୍ ସତର୍କତା ଜାରି କରାଯାଇଛି । ପଶ୍ଚିମ ଓଡ଼ିଶା ସହ ଆଭ୍ୟନ୍ତରୀଣରେ ଅସମ୍ଭାଳ ହେବ ତାତି । ସମ୍ବଲପୁର, କଳାହାଣ୍ଡି ,ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୋନପୁରକୁ ସତର୍କ କଲା ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଥିବା ବେଳେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

 

ସୋମବାରଠାରୁ ଧୀରେ ଧୀରେ ତାପମାତ୍ରା ବଢିଥିବା ବେଳେ ୫ ଦିନ ଭିତରେ ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆକଳନ କରିଛି ବିଭାଗ । ୭ ଦିନ ଯାଏ ପାଗ ଶୁଖିଲା ରହିବ । ଏପରିକି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ୪୦ ଡିଗ୍ରୀ ତାପମାତ୍ରା ଛୁଇଁପାରେ । ତେଣୁ ବାହାରକୁ ବାହାରିବା ସମୟରେ ସାଙ୍ଗରେ ପାଣି ବୋତଲ, ପଗଡି ଭିଡିବା, ଛତା ଧରି ଯିବା, ସୂତା କପଡା ପିନ୍ଧିବା, ଅତି ଆବଶ୍ୟକ ନ ପଡିଲେ ଘରୁ ବାହାରିବା ନାହିଁ… ଆଦି ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here