ବିଧାନସଭାରେ ଧସ୍ତାଧସ୍ତି, ହାତାହାତି ପରେ ଆକ୍ସନ : ୭ ଦିନ ପାଇଁ ତାରା ସସପେଣ୍ଡ

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଗୃହ ଭିତରେ ବିଶୃଙ୍ଖଳା କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ମହଙ୍ଗା ପଡ଼ିଛି । ୭ ଦିନ ପାଇଁ ତାରାଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି । ସସପେଣ୍ଡ ସହ ତାରାଙ୍କୁ ୭ ଦିନ ପର୍ଯ୍ୟନ୍ତ ଗୃହ କାର୍ଯ୍ୟରେ ଯୋଗଦେଇ ପାରିବେ ନାହିଁ ତାରା । ଏନେଇ ତାଙ୍କୁ ଅବଗତ କରି ଗୃହ ତ୍ୟାଗ କରିବାକୁ ମାର୍ଶାଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ସେପଟେ ନିଲମ୍ବନ ବିରୋଧରେ କକ୍ଷତ୍ୟାଗ କରିଛନ୍ତି କଂଗ୍ରେସ ବିଧାୟକ । କହିଛନ୍ତି, ଗଣତନ୍ତ୍ରକୁ ହତ୍ୟା କରାଯାଇଛି । ଜୟନାରାୟଣ ମିଶ୍ର କଲର ଧରିଲେ । ବାବୁ ସିଂ ତାଙ୍କୁ ଧକ୍କା ମାରିବେ । ଏନେଇ ବାଚସ୍ପତିଙ୍କୁ ଲିଖିତ ଭାବେ ଜଣାଇଥିଲେ କିନ୍ତୁ, ଶୁଣିନଥିବା ଅଭିଯୋଗ କରିଛନ୍ତି ତାରା । ସେପଟେ ତାରାଙ୍କ ନିଲମ୍ବନକୁ ବିରୋଧ କରି ଧାରଣାରେ ବସିଥିବା କଂଗ୍ରେସ ବିଧାୟକ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି ।

 

ଅନ୍ୟପଟେ ତାରାଙ୍କ ନିଲମ୍ବନକୁ ଗ୍ରହଣ କରିନି ବିଜେଡି। ଦଳର ବରିଷ୍ଠ ବିଧାୟକ ଅରୁଣ ସାହୁ ଗଣମାଧ୍ୟମକୁ କହିଛନ୍ତି, ବିଧାନସଭା ପରିଚାଳନା କରିବା ଦାୟିତ୍ବ ସରକାରୀ ଦଳର। ଏହି ଅଧିବେଶନ ଚାଲିବାର ବହୁ ପୂର୍ବରୁ ବାଚସ୍ପତି କହିଥିଲେ ଆମେ କାର୍ଯ୍ୟାନୁଷ୍ଠାନ ନେବୁ। ଏବେ ତାହା ହିଁ କଲେ। ବିଜେପିର ସଭ୍ୟମାନେ ଗୃହ ଭିତରକୁ ଆସି କିଏ କଲର୍‌ ଧରିଲା ତ କିଏ ବେକ ଧରିଲା। ଅଶ୍ଳୀଳ ଭାଷା ବି ପ୍ରୟୋଗ କଲେ। କିନ୍ତୁ ସରକାରୀ ଦଳ ଏକ ମୋସନ୍ ଆଣି ଶ୍ରୀ ବାହିନୀପତିଙ୍କୁ ନିଲମ୍ବନ କଲେ। ବାଚସ୍ପତି ନିରପେକ୍ଷ ଭାବେ ବିଚାର କରି ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରନ୍ତୁ।

LEAVE A REPLY

Please enter your comment!
Please enter your name here