ମାର୍ଚ୍ଚ ୨୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆସନ୍ତା ୨୪ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ୧ଟା ୩୦ ରେ ଭୁବନେଶ୍ବରରେ ପହଞ୍ଚି ବାୟୁସେନାର ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ । ପରେ କାଳିଆପଲ୍ଲୀ ସ୍ଥିତ ଭାରତୀୟ ବିଶ୍ୱାବସୁ ଶବର ସମାଜ ଫାଉଣ୍ଡେସନର ବାର୍ଷିକ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଏହି କାର୍ଯ୍ୟକ୍ରମ ପରେ ଭୁବନେଶ୍ବର ଫେରି ଆସି ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି । ୨୫ତାରିଖ ସକାଳୁ ଭୁବନେଶ୍ବର ବିମାନ ବନ୍ଦରରୁ ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ କଟକ ଗସ୍ତ କରିବେ ରାଷ୍ଟ୍ରପତି । କଟକ ଠାରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ୧୩ ତମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ଦ୍ରୌପଦୀ ମୁର୍ମୁ । ପରେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟରେ ବିକାଶ ମୂଳକ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ରାଷ୍ଟ୍ରପତି । କାର୍ଯ୍ୟକ୍ରମ ପରେ କଟକ ମାଛୁଆ ବଜାର ସର୍କିଟ ହାଉସରେ ମଧ୍ୟାହ୍ନ ଭୋଜନ କରି କିଛି ସମୟ ବିଶ୍ରାମ କରିବେ । ଏହାପରେ ତୁଳସୀପୁର ସ୍ଥିତ ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଦେବେ । ତୁଳସୀପୁରରୁ ବାହାରି ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ପହଞ୍ଚିବେ । ଆଦିକବି ସାରଳା ଦାସଙ୍କ ୬୦୦ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ କଳିଙ୍ଗ ରତ୍ନ ଆୱାର୍ଡ଼ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି । ସେହି କାର୍ଯ୍ଯକ୍ରମ ପରେ ଭୁବନେଶ୍ବର ଫେରି ସନ୍ଧ୍ୟା ୫ଟା ୩୦ରେ ଦିଲ୍ଲୀ ଫେରିଯିବେ ଦ୍ରୌପଦୀ ମୁର୍ମୁ ।

LEAVE A REPLY

Please enter your comment!
Please enter your name here