କଳିଙ୍ଗା ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍

0

ଗଞ୍ଜାମ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- କଳିଙ୍ଗା ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ । ରାୟପୁର ରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା ଖମ୍ବେଶ୍ୱରୀ ନାମକ ଘରୋଇ ଯାତ୍ରୀବାହୀ ବସ୍ । ବସ୍ ରେ ଥିଲେ, ୧୭ ରୁ ଉର୍ଦ୍ଧ୍ବ ଯାତ୍ରୀ । ୭ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ବେଳେ, ସେଥିରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତ ଆହତ ଯାତ୍ରୀଙ୍କୁ ଭଂଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ, ଜଣକ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲ୍ କୁ ସ୍ଥାନାନ୍ତର କରାଯାଇଛି ।

ତେବେ ଏହି ଘଟଣାଟି ଗଂଜାମ – କନ୍ଧମାଳ ସୀମାନ୍ତ କନ୍ଧମାଳ ଜିଲ୍ଲାର ଜି.ଉଦୟଗିରି ଥାନା ଅଞ୍ଚଳରେ ଘଟିଛି । ଖବର ପାଇ ଉଭୟ ଭଂଜନଗର ଓ ଜି.ଉଦୟଗିରି ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଧାର କରିଥିଲେ । ଆମ୍ବୁଲାନ୍ସ ଯୋଗେ ଭଂଜନଗର ମେଡିକାଲରେ ଭର୍ତ୍ତି କରିଥିଲେ । ତେବେ ବସ୍ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ, ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା।

LEAVE A REPLY

Please enter your comment!
Please enter your name here