୨୧ରେ ଓଡ଼ିଶା ଆସୁଛନ୍ତି ଅମିତ ଶାହ 

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆସନ୍ତା ମାର୍ଚ୍ଚ ୨୧ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଏଥିପାଇଁ ଆଜି ସମ୍ବଲପୁର ବୁର୍ଲା ସ୍ଥିତ ଏମସିଏଲ ଗେଷ୍ଟ ହାଉସରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପଶ୍ଚିମ ଓଡିଶାର ୧୦ଟି ଜିଲ୍ଲାର ବିଧାୟକ, ନେତା କର୍ମୀ ଯୋଗ ଦେଇଥିଲେ l ଅମିତ ଶାହାଙ୍କ ଗସ୍ତ କିପରି ଭବ୍ୟ ଓ ସଫଳ ହୋଇପାରିବ ସେନେଇ ଆଲୋଚନା ହୋଇଥିବା କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଏହି ଅବସରରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି,” କେନ୍ଦ୍ର ଗୃହମନ୍ତ୍ରୀ ସମ୍ବଲପୁର ଆସୁଛନ୍ତି l ଯାହା ବର୍ତ୍ତମାନ ସୁଦ୍ଧା ସୂଚନା ମିଳିଛି ଗୃହମନ୍ତ୍ରୀ ଅମିତ ଶାହା ଆସନ୍ତା ୨୧ ତାରିଖରେ ବିମାନ ଜରିଆରେ ଝାରସୁଗୁଡାରେ ପହଞ୍ଚିବେ । ସେଠାରୁ ସମ୍ବଲପୁର ଏମସିଏଲ ଗେଷ୍ଟ ହାଉସ ଆସି ରାତ୍ରି ଯାପନ କରିବେ l ତା’ ପରଦିନ ଅର୍ଥାତ ୨୨ ତାରିଖ ସକାଳୁ ସମଲେଶ୍ୱରୀ ଦର୍ଶନ କରିବେ l ଏହା ପରେ ସେ ଅଇଁଠାପାଲ୍ଲି ପିଏଚଡ଼ି ପଡିଆରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ l ଏହାପରେ ସେଠାରେ ଅନୁଷ୍ଠିତ ସାଧାରଣ ସଭାରେ ସାଢେ ୧୦ ରୁ ସାଢେ ୧୧ ଯାଏଁ ଯୋଗ ଦେବେ l ଏହି କାର୍ଯ୍ୟକ୍ରମ ସରିଲା ପରେ ସେ ବୁର୍ଲା ଏମସିଏଲ ଗେଷ୍ଟ ହାଉସ ଯିବେ ଓ ସେଠାରେ ମଧ୍ୟାହ୍ନ ଭୋଜନ କରି ସରିଲା ପରେ ଅପରାହ୍ନ ୨ ଟାରେ ଭୁବନେଶ୍ୱର ଯିବେ । ଭୁବନେଶ୍ୱରରୁ ସେ ପୁରୀ ଯିବେ ସେଠାରେ ହିଁ ରାତ୍ରି ରହଣି କରିବେ l ତା’ ପରଦିନ ସକାଳେ ପୁରୀରେ ପ୍ରଭୁ ଜଗନ୍ନାଥ ଦର୍ଶନ କରି ପରେ ଜଟଣୀରେ ଫରେନସିକ ୟୁନିଭରସିଟିର ଶିଳାନ୍ୟାସ କରିବେ । ଯାହା ଗୁଜୁରାଟ ପରେ ଦେଶର ଦ୍ଵିତୀୟ ୟୁନିଭରସିଟି ଅଟେ l ଏହା ପରେ ଅନ୍ୟ ସବୁ ପ୍ରକଳ୍ପର ଶିଳାନ୍ୟାସ କରିଲା ପରେ ଅପରାହ୍ନରେ ଦିଲ୍ଲୀ ଫେରିଯିବେ” ବୋଲି କହିଛନ୍ତି ମନମୋହନ ।

LEAVE A REPLY

Please enter your comment!
Please enter your name here