ବିପ୍ଲବୀ ପରିକ୍ରମା ଡିଜିଟାଲ :- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ। ଦିଲ୍ଲୀ ସ୍ଥିତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସ ଭବନରେ ତାଙ୍କର ଦେହାନ୍ତ ହୋଇଛି। ଡ.ଦେବେନ୍ଦ୍ର ପ୍ରଧାନ ପୂର୍ବରୁ ବାଜପେୟୀଙ୍କ ସରକାରରେ କେନ୍ଦ୍ର ମନ୍ତ୍ରୀ ଭାବେ ନିଜର କାର୍ଯ୍ୟ ତୁଲାଇଥିଲେ। କେବଳ ସେତିକି ନୁହେଁ ରାଜ୍ୟ ସଭାପତି ଭାବେ ମଧ୍ୟ ନିଜର କାର୍ଯ୍ୟ ତୁଲାଇଥିଲେ ଡ ଡେବେନ୍ଦ୍ର ପ୍ରଧାନ।