ବିପ୍ଲବୀ ପରିକ୍ରମା ଡିଜିଟାଲ :- ବଲିଉଡରୁ ଆସିଛି ଏକ ଦୁଃଖଦ ଖବର । ବରିଷ୍ଠ ଅଭିନେତା ମନୋଜ କୁମାରଙ୍କ ଦେହାନ୍ତ ହୋଇଛି । ସେ ୮୭ ବର୍ଷ ବୟସରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ଦେଶପ୍ରେମପୂର୍ଣ୍ଣ ସିନେମା କରିଥିଲେ । ସେଥିପାଇଁ ତାଙ୍କ ପ୍ରଶଂସକମାନେ ତାଙ୍କୁ ଭଲପାଇ ‘ଭାରତ କୁମାର’ ବୋଲି ଡାକୁଥିଲେ । ଖାସ୍ କରି, ସେ କ୍ରାନ୍ତି ଏବଂ ଉପକାର ଭଳି ଦେଶପ୍ରେମପୂର୍ଣ୍ଣ ଚଳଚ୍ଚିତ୍ର ପାଇଁ ପ୍ରସିଦ୍ଧ ଥିଲେ । ମନୋଜଙ୍କ ମୃତ୍ୟୁ ଖବର ତାଙ୍କ ଫ୍ୟାନ୍ସଙ୍କୁ ଦୁଃଖିତ କରିଛି । ସୋସିଆଲ ମିଡିଆରେ ସମସ୍ତେ ନିଜ ପ୍ରିୟ କଳାକାରଙ୍କୁ ନୀରବ ଆଖିରେ ବିଦାୟ ଦେଉଛନ୍ତି। ବରିଷ୍ଠ ଅଭିନେତାଙ୍କ ନିଧନରେ ସେଲିବ୍ରିଟିମାନେ ମଧ୍ୟ ଶୋକପ୍ରକାଶ କରିଛନ୍ତି ।